କୋଭିଡ ହସ୍ପିଟାଲ ପ୍ରତିଷ୍ଠାକୁ ବିରୋଧ କରି ୨ଗିରଫ

ଝାରସୁଗୁଡା ଅଫିସ,୩୦ା୩: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ହସ୍ପିଟାଲମାନ ପ୍ରତିଷ୍ଠା କରାଯାଉଛି। ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ ସୋମବାର ଆରମ୍ଭ କରାଯାଇଥିବା ଏହି ପ୍ରୟାସକୁ ବିରୋଧ କରି ଦୁଇ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ଏନେଇ ଝାରସୁଗୁଡା ଥାନା ଅଧିକାରୀ ସାବିତ୍ରୀ ବଳ ସୂଚନା ଦେଇଛନ୍ତି। ସୁଚନା ମୁତାବକ ଝରସୁଗୁଡା ସହରସ୍ଥିତ ଏକ କଲେଜରେ କୋଭିଡ ହସ୍ପିଟାଲ ପ୍ରତିଷ୍ଠା ପାଇଁ ସୋମବାର ସିଡିଏମଓ ଡା.ଜଗଦୀଶ ଚନ୍ଦ୍ର ବାରିକ ଓ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ଯାଇଥିଲେ। ହେଲେ ସେଠାରେ କଲେଜ ପ୍ରିନ୍ସିପାଲ ସମୀର ପାଣିଗ୍ରାହୀ ଓ ଆକାଉଣ୍ଟାଣ୍ଟ ରାମା ଶଙ୍କର ଏହାର ବିରୋଧ କରିଥିଲେ। ଏ ନେଇ ସିଡିଏମଓ ଡା.ବାରିକ ଜିଲାପାଳ ସରୋଜ କୁମାର ସାମଲଙ୍କୁ ଅବଗତ କରିବା ପରେ ସେ ମାମଲା ରୁଜୁ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ପରେ ପୋଲିସ ଏକ ମାମଲା (ନଂ.୨୩୩/୨୦) ରୁଜୁ କରି ଉପରୋକ୍ତ ଦୁଇଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?