Posted inଖେଳ

କୋଭିଡ-୧୯ ପ୍ରଭାବ: ୨୦୨୧ ରାଜ୍ୟଗୋଷ୍ଠୀ ଯୁବ କ୍ରୀଡ଼ା ୨୦୨୩କୁ ଘୁଞ୍ଚିଲା

ନୂଆଦିଲ୍ଲୀ,୧।୫(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଏକ ମେଗା ଇଭେଣ୍ଟକୁ ଘୁଞ୍ଚାଇ ଦିଆଯାଇଛି। ୨୦୨୧ରେ ଆୟୋଜନ ହେବାକୁ ଥିବା ରାଜ୍ୟଗୋଷ୍ଠୀ ଯୁବ କ୍ରୀଡ଼ାକୁ ୨୦୨୩କୁ ଘୁଞ୍ଚାଇ ଦିଆଯାଇଛି। କରୋନା ଭାଇରସ ସଂକ୍ରମଣ କାରଣରୁ ଟୋକିଓ ଅଲିମ୍ପିକ୍ସକୁ ପୂର୍ବରୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଥିଲା। ତେବେ ଅଲିମ୍ପିକ୍ସ ଓ ଏହି ଯୁବ କ୍ରୀଡ଼ା ଏକା ସମୟରେ ପଡୁଥିବାରୁ ସମସ୍ୟା ସୃଷ୍ଟି ହୋଇଥିଲା। ଏହାକୁ ହୃଦୟଙ୍ଗମ କରି ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ (ସିଜିଏଫ୍‌) କାର୍ଯ୍ୟନିର୍ବାହୀ ବୋର୍ଡ ଏହାକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛି।
କରୋନା ଭାଇରସ କାରଣରୁ ଟୋକିଓ ଅଲିମ୍ପିକ୍ସ ଓ ପାରା ଅଲିମ୍ପିକ୍ସକୁ ଏବେ ୨୦୨୧ ଗ୍ରୀଷ୍ମରେ ଆୟୋଜନ କରାଯିବ। ଯୁବକ୍ରୀଡ଼ା ଠିକ୍‌ ଏହି ସମୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଥିଲା। ରାଜ୍ୟଗୋଷ୍ଠୀ ଯୁବ କ୍ରୀଡ଼ାର ଏହି ସପ୍ତମ ସଂସ୍କରଣ ତ୍ରିନିଦାଦ ଓ ଟୋବାଗୋରେ ୨୦୨୧ ଅଗଷ୍ଟ ୧ରୁ ୭ ତାରିଖ ମଧ୍ୟରେ ଆୟୋଜନ ହୋଇଥାନ୍ତା। ତେବେ ୨୦୨୩ରେ ଏହି କ୍ରୀଡ଼ା ଆୟୋଜନ ପାଇଁ ତ୍ରିନିଦାଦ୍‌ ଓ ଟବାଗୋ ପ୍ରଥମ ପସନ୍ଦ ବୋଲି ସିଜିଏଫ୍‌ ତରଫରୁ କୁହାଯାଇଛି। ଆଥଲେଟ ଓ ପ୍ରଶଂସକଙ୍କ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ସିଜିଏଫ୍‌ ଅଧ୍ୟକ୍ଷ ଡେମ୍‌ ଲୋଇସ୍‌ କହିଛନ୍ତି। କୋଭିଡ-୧୯ କାରଣରୁ ବିଶ୍ୱକ୍ରୀଡ଼ା ସାଂଘାତିକ ଭାବେ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?