Posted inଖେଳ

କୋଭିଡ-୧୯: ବିଶ୍ୱ ତୀରନ୍ଦାଜୀ ଫିଲ୍ଡ ଚାମ୍ପିୟନଶିପ୍‌ ୨୦୨୨କୁ ଘୁଞ୍ଚିଲା

ଲାଉସେନ,୬।୬(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆମେରିକାର ୟାଙ୍କଟନରେ ଆୟୋଜନ ହେବାକୁ ଥିବା ୨୦୨୦ ବିଶ୍ୱ ତୀରନ୍ଦାଜୀ ଫିଲ୍ଡ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି। ଏବେ ଏହି ମେଗା ଇଭେଣ୍ଟ ୨୦୨୨ରେ ଆୟୋଜନ ହେବ। ଏହି ଇଭେଣ୍ଟ ଏନ୍‌ଏଫ୍‌ଏଏ ଇଷ୍ଟନ ୟାଙ୍କଟନ ଆର୍ଚେରୀ ସେଣ୍ଟରରେ ଚଳିତ ବର୍ଷ ସେପ୍ଟେମ୍ବରରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। କରୋନା ଭାଇରସ୍‌ ସଂକ୍ରମଣ ପାଇଁ ଜାରୀ କରାଯାଇଥିବା କଟକଣା ଓ ଆଥ୍‌ଲେଟମାନଙ୍କ ସ୍ବାସ୍ଥ୍ୟ ତଥା ନିରାପତ୍ତାକୁ ଦୃଷ୍ଟିରେ ଓ୍ବାଲର୍‌ଡ ଆର୍ଚେରୀ (ଓ୍ବାଲର୍‌ଡ ଆର୍ଚେରୀ) ଓ ୟାଙ୍କଟନ ଆୟୋଜକ କମିଟି ମିଳିତ ଭାବେ ଏହି ଇଭେଣ୍ଟକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି।
ଏହି ଚାମ୍ପିୟନଶିପ୍‌କୁ ଗୋଟିଏ ବର୍ଷ ଘୁଞ୍ଚାଇବାର ନିଷ୍ପତ୍ତିକୁ ଓ୍ବାଲର୍‌ଡ ଆର୍ଚେରୀ ବିରୋଧ କରିଥିଲା। କାରଣ ୨୦୧୨ରେ କାର୍ଯ୍ୟସୂଚୀ ବେଶ୍‌ ବ୍ୟସ୍ତ ବହୁଳ ରହିଥିଲା। ୟାଙ୍କଟନ୍‌ରେ ଆସନ୍ତା ବର୍ଷ ବଶ୍ୱ ଆର୍ଚେରୀ ଚାମ୍ପିୟନଶିପ୍‌ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ପ୍ରଥମେ ଏହି ଇଭେଣ୍ଟକୁ ୨୦୨୧ରେ ଆୟୋଜନ କରାଯିବାର କାର୍ଯକ୍ରମ ଥିଲା। ତେବେ ଅଲିମ୍ପିକ୍‌ ଘୁଞ୍ଚାଯିବା କାରଣରୁ ଏହାକୁ ୨୦୨୨କୁ ଘୁଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଫିଲ୍ଡ ଚାମ୍ପିୟନଶିପ୍‌କୁ ଆମେ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛୁ ଓ ଏଥିପାଇଁ ଆମେ ଦୁଃଖିତ ବୋଲି ଡବ୍ଲ୍ୟଏ ସାଧାରଣ ସମ୍ପାଦକ ଟମ୍‌ ଡିଏଲେନ କହିଛନ୍ତି। ଏବେ ଆମେ ୨୦୨୧ରେ ଏକ ଓ୍ବାଲର୍‌ଡ ଗେମ କ୍ୱାଲିଫିକେଶନ ଇଭେଣ୍ଟ ଓ ଓ ୨୦୨୨ରେ ଗେମ୍ସ ଆଣ୍ଡ ଚାମ୍ପିୟନଶିପ୍‌ ଆୟୋଜନ କରିବା ଉପରେ ମନୋନିବେଶ କରିବୁ ବୋଲି ଟମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri