କୋଭିଡ-୧୯ ମାଡ଼: ପାଳନ ହେବନି ଉତ୍କଳ ଦିବସ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣକୁ ରୋକିବା ଲାଗି କେନ୍ଦ୍ର ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। କୌଣସି ସଭା ସମିତି, ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ତଥା ଏପ୍ରିଲ ୧ତାରିଖରେ ପାଳନ ହେଉଥିବା ଉତ୍କଳ ଦିବସକୁ ବନ୍ଦ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏ ନେଇ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖାଯାଇଛି। ଚିଠିରେ ଦର୍ଶାଯାଇଛି ଯେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ସଭ, ଜନ ସମାଗମ କାର୍ଯ୍ୟ ବାତିଲ କରାଯାଇଥିବା ହେତୁ ସାମାଜିକ ଦୂରତା ବଜାୟ ରଖିବା ପାଇଁ ଉତ୍କଳ ଦିବସ ପାଳନକୁ ବାତିଲ କରାଯାଇଛି। ଏହାସହ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମୁଖ୍ୟ ଭୂମିକା ଗ୍ରହଣ କରିଥବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ନ କରିବା ପାଇଁ ପରାମର୍ଶ ଦିଆଯାଇଛି। ପ୍ରଥମ ଥର ପାଇଁ ଉତ୍କଳ ଦିବସକୁ ବାତିଲ କରିବା ପାଇଁ ସରକାରୀ ଭାବେ ଘୋଷଣା କରାଯାଇଛି। ୧୯୩୬ ଏପ୍ରିଲ ପହିଲାରେ ଓଡ଼ିଶା ଏକ ସ୍ବତନ୍ତ୍ର ଭାଷାଭିତ୍ତିକ ପ୍ରଦେଶର ମାନ୍ୟତା ଲାଭ କରିଥିଲା। ବିହାରଠାରୁ ଅଲଗା ହୋଇ ଓଡ଼ିଶା ଏକ ସ୍ବତନ୍ତ୍ର ପ୍ରଦେଶ ଭାବେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା। ଏହି ଐତିହାସିକ ଦିବସକୁ ମନେ ରଖିବା ଲାଗି ରାଜ୍ୟ ସରକାର ପ୍ରତିବର୍ଷ ଜାତୀୟ ଓ ଜିଲାସ୍ତରରେ ଏପ୍ରିଲ ୧ତାରିଖକୁ ଉତ୍କଳ ଦିବସ ଲାଗି ପାଳନ କରିଆସୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ଦିଲ୍ଲୀ ଆନ୍ଦୋଳନ ସମୟରେ ଅଭିଜିତ ଦୀପ୍‌କେଙ୍କ ଘରୁ ଆସିଲା ଏହି ଦୁଃଖଦ ଖବର, ଭାଙ୍ଗିପଡ଼ିଛନ୍ତି ପୂରା ପରିବାର

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀର ଜନ୍ତରମନ୍ତରଠାରେ କକ୍ରୋଚ୍ ଜନତା ପାର୍ଟି (ସିଜେପି ) ପକ୍ଷରୁ ଚାଲିଥିବା ଆନ୍ଦୋଳନ ଏବଂ ଗିରଫଦାରୀ ମଧ୍ୟରେ ସିଜେପି ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେଙ୍କ ପରିବାରରୁ ଏକ…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?