କୋଭିଡ-୧୯ ମୁକାବିଲା ପାଇଁ ଜରୁରିକାଳୀନ ହସ୍‌ପିଟାଲ: ଛାତ୍ରାବାସକୁ କରାଗଲା ପ୍ରସ୍ତୁତି

ଦାରିଙ୍ଗବାଡି,୨୮।୩(ଡି.ଏନ୍‌.ଏ.)- କୋଭିଡ-୧୯ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଦାରିଙ୍ଗବାଡିଠାରେ ଥିବା ମଙ୍ଗଳ ବିଭାଗର ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସ କୋଠା ଗୁଡିକୁ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର କରାଯାଉଛି। ଏଥିପାଇଁ କୋଠା ଗୁଡିକୁ ରଙ୍ଗ ଦିଆଯିବା ସହ ୨୪ ଘଣ୍ଟିଆ ବିଦ୍ୟୁତ୍‌ସେବା ପାଇଁ ଡିଜେଲ ଜେନେନେଟର ସହ ଶତାଧିକ ଫ୍ୟାନ, ଲାଇଟ୍‌, ୱାଶିଂ ମେଶିନ ବ୍ୟବସ୍ଥା କରାଯାଇଛି। ଛାତ୍ରାବାସର ଖଟ ଗୁଡିକୁ ସଫେଇ ସହ ବ୍ଲିଚିଂରେ ବିଶୋଧନ କରାଯାଇଛି। ୪୦୨ ବିଶିଷ୍ଟ ଏହି କୋଭିଡ-୧୯ ଜରୁରୀକାଳୀନ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର, ନର୍ସ ସମେତ ସ୍ବାସ୍ଥ୍ୟକର୍ମୀଙ୍କ ରହିବା ଖାଇବା ଆଦି ବ୍ୟବସ୍ଥା କରାଯାଉଛି। ଏହି ପ୍ରସ୍ତୁତ ପାଇଁ ଜିଲାପାଳ ଡ. ବୃନ୍ଦା ଡିଙ୍କ ର୍ନିଦ୍ଦଶକ୍ରମେ ବିଡିଓ ଡ. ଜଗଦୀଶ ଷଡଙ୍ଗୀଙ୍କ ତତ୍ତ୍ୱାବଧାନରେ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ମନ୍ମଥ ସୁବୁଦ୍ଧି, ଆକାଉଣ୍ଟସ୍‌ ଅଫିସର କ୍ଷେତ୍ରୀବର ଜାନୀ ସାଉଥ୍‌କୋ ଯନ୍ତ୍ରୀ ଶିବପ୍ରସାଦ ନାୟକ ପ୍ରମୁଖ ଯୁଦ୍ଧକାଳୀନ ଭିତ୍ତିରେ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରସ୍ତୁତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri