କୋଭିଡ-୧୯ ଲାଗି ସହାୟତା

ନୂଆଦିଲ୍ଲୀ, ୬।୪: କୋଭିଡ୍‌-୧୯ ବିରୋଧି ଲଢେଇରେ ଦେଶର ବିଭିନ୍ନ କର୍ପୋରେଟ ଯୋଗଦାନ ସ୍ବରୂପ ଆର୍ଥତ୍କ ସହାୟତା ଯୋଗାଣ ଧାରା ଜାରି ରଖିଛନ୍ତି। ଦେଶର ପ୍ରମୁଖ କର୍ପୋରେଟ ହାଉସଗୁଡିକ ଏ ନେଇ ଆଗେଇ ଆସିଛନ୍ତି। ପ୍ରମୁଖ ସଂସ୍ଥା ସେମାନଙ୍କ ଯୋଜନା ମୁତାବକ ଏଥିରେ ଯୋଗଦାନ ରଖୁଥିବା ଦେଖାଯାଇଛି। ସାରା ଦେଶରେ କୋଭିଡ ମାମଲା ଲଗାତାର ଭାବେ ବଢିଚାଲିଛି। ଏହା ଉଭୟ ସରକାର ଏବଂ ଶିଳ୍ପଜଗତ ତଥା ଲୋକମାନଙ୍କ ଲାଗି ଅସୁବିଧା ସୃଷ୍ଟି କରିଛି। ଏହା ବିରୋଧରେ ଶକ୍ତ ହୋଇ ଲଢିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। କର୍ପୋରେଟଗୁଡିକ ସହାୟତା ଯୋଗାଇ ଦେବା ନେଇ ପ୍ରଧାନମନ୍ତ୍ରୀ ନିକଟରେ ନିବେଦନ କରିଥିଲେ। ଏହି ଧାରାରେ ବିଭିନ୍ନ କର୍ପୋରେଟ ତଥା ଅନ୍ୟ ଅନୁଷ୍ଠାନ ରଖିଥିବା ଯୋଗଦାନ….
ଆଦିତ୍ୟ ବିର୍ଲା ଗ୍ରୁପ
ଆଦିତ୍ୟ ବିର୍ଲା ଗ୍ରୁପ ପକ୍ଷରୁ ପିଏମ୍‌ କେୟାର୍ସ ପାଣ୍ଠିକୁ ୪୦୦ କୋଟି ଟଙ୍କା ପ୍ରଦାନ ନେଇ ଘୋଷଣା କରାଯାଇଛି। କମ୍ପାନୀ କୋଭିଡ ବିରୋଧି ମୁକାବିଲା ଲାଗି ମୋଟ ୫୦୦ କୋଟି ଟଙ୍କା ଯୋଗଦାନ ରଖିବ ବୋଲି କହିଛି। କୋଭିଡ ବିରୋଧି ଲଢେଇରେ ସରକାରଙ୍କ ସହ ଯୋଗଦାନ ରଖିବା ଲାଗି କମ୍ପାନୀ ପକ୍ଷରୁ ନିବେଦନ କରାଯାଇଛି। ଏହାବାଦ କମ୍ପାନୀ ଅନ୍ୟ ପଦକ୍ଷେପ ନେଉଥିବା କହିଛି।
ଜଳ ଏଟିଏମ ପରିଚାଳନା ଅବ୍ୟାହତ ରଖିଛି ପିରାମଲ ସର୍ବଜଳ
ବର୍ତ୍ତମାନର ସଙ୍କଟ ସମୟରେ ଭୁବନେଶ୍ୱର ମୁନିସିପାଲ କର୍ପୋରେଶନର ସହାୟତାରେ ପିରାମଳ ସର୍ବଜଳ ପକ୍ଷରୁ ଜଳ ଏଟିଏମ୍‌ ପରିଚାଳନା ଅବ୍ୟାହତ ରଖାଯାଇଛି। ୪୦ଟି ଜଳ ଏଟିଏମ ଜରିଆରେ ଲୋକଙ୍କ ପାଇଁ ପାଣି ଯୋଗାଣ ହେଉଛି। ଲକ୍‌ଡାଉନ ସମୟରେ ଯେଭଳି ଲୋକଙ୍କ ଲାଗି କୌଣସି ଅସୁବିଧା ନ ହୁଏ ତାକୁ ଧ୍ୟାନରେ ରଖାଯାଇଛି ବୋଲି ପିରାମଲ ସର୍ବଜଳ ପକ୍ଷରୁ ସୂଚନା ରହିଛି।
ସହାୟତା ରାଶି ଦୁଇଗୁଣ କଲା ବେଦାନ୍ତ
ବେଦାନ୍ତ ପକ୍ଷରୁ ପିଏମ୍‌ କେୟାର୍ସ ଫଣ୍ଡକୁ ୧୦୧ କୋଟି ଟଙ୍କା ପ୍ରଦାନ କରାଯାଇଛି। କୋଭିଡ ସ୍ଥିତିର ମୁକାବିଲା କରିବା ଲାଗି କମ୍ପାନୀ ୨୦୦ କୋଟି ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିବ ବୋଲି ଘୋଷଣା କରିଛି। ପୂର୍ବରୁ ୧୦୦ କୋଟି ଟଙ୍କା ପ୍ରଦାନ ନେଇ କମ୍ପାନୀ ଘୋଷଣା କରିଥିବା ବେଳେ ଏହାକୁ ଦୁଇଗୁଣକୁ ବଢାଇଛି। ନିଷ୍ପେସିତ ଲୋକମାନଙ୍କ ସହାୟତା ଲାଗି ବିଭିନ୍ନ କାର୍ଯ୍ୟପନ୍ଥା ଗ୍ରହଣ କରାଯାଉଥିବା ବେଦାନ୍ତର ଅଧ୍ୟକ୍ଷ ଅନୀଲ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri