କୋଭିଡ-୧୯ ଲେଖି କାଠ ଚୋରା ଚାଲାଣ

ସମ୍ବଲପୁର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଗାଡି ଗୁଡିକୁ ପାସ୍‌ ଦେଇଛନ୍ତି। ଫଳରେ ଗାଡି ସମ୍ମୁଖରେ କୋଭିଡ- ୧୯ ଲେଖାଥିବାରୁ କେଉଁଠି ନ ଅଟକି ସୁବଧାରେ ଯିବା ଆସିବା କରିପାରିବ। ହେଲେ ଏହି ସୁଯୋଗକୁ ହାତ ଛଡା କରିନାହାନ୍ତି କାଠ ଚୋରା ଚାଲାଣକାରୀ । ଶନିବାର ମାନେଶ୍ୱର ଛକ ନିକଟରେ ଏକ ମିନି ଟ୍ରକ୍‌ରେ କାଠ ଚାଲାଣ ବେଳେ ବନ ବିଭାଗ ଧରିଛି। ହେଲେ ଗାଡିରେ ଥିବା ୪ ଜଣ ବ୍ୟକ୍ତି ଫେରାର ହୋଇଯାଇଛନ୍ତି । ବନ ବିଭାଗ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ସଦର ରେଞ୍ଜର ଗୌରୀ ଦାସ କହିଛନ୍ତି । ସୂଚନାଯୋଗ୍ୟ, ଝାଙ୍କରପାଲି ଫରେଷ୍ଟର ଏସ.କେ. ଡନସେନାଙ୍କ ସହ ଟିମ୍‌ ପାଟ୍ରୋଲିଂ କରୁଥିଲା। ମାନେଶ୍ୱର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିକଟରେ ଏକ ମିନିଟ୍ରକ୍‌ (ଓଡି- ୧୬-ଡି-୦୬୯୭) ଛିଡା ହୋଇଥିବା ଦେଖି ବନ କର୍ମଚାରୀ ସନ୍ଦେହ କରି ପଚାରିବାବେଳେ ୪ ଜଣ ବ୍ୟକ୍ତି ଗାଡି ଛାଡି ଫେରାର ହୋଇଯାଇଥିଲେ । ଏହି ସମୟରେ ଗାଡିର ଆଗରେ କୋଭିଡ୍‌-୧୯ ଗାଡି ପାସ୍‌ ଲାଗିଥିବା ବନ ବିଭାଗ ନଜରକୁ ଆସିଛି। ତେବେ ଗାଡିରୁ ୨୦ ଖଣ୍ଡ ସାଗୁଆନ କାଠ ଜବତ ହୋଇଛି। ଏହାର ମୂଲ୍ୟ ପ୍ରାୟ ୧ ଲକ୍ଷ ଟଙ୍କାରୁ ଅଧିକ ହେବ। ଅନ୍ୟପକ୍ଷେ ଗାଡି ନମ୍ବର ମଧ୍ୟ ଜାଲ୍‌ ହୋଇଥାଇ ପାରେ। ତେଣୁ ତଦନ୍ତ ଜାରି ରହିଛି ବୋଲି ବନ ବିଭାଗ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri