କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ

ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର ସିଏସ୍‌ଆର ଓ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଅଗ୍ନିଶମ ବିଭାଗ ଝାରସୁଗୁଡାର ୨୨ଟି ପ୍ରମୁଖ ସ୍ଥାନକୁ ସକ୍ରିୟ ଭାବେ କିଟାଣୁମୁକ୍ତ କରିଛି। ଭୁରକାମୁଣ୍ଡା, ବୃନ୍ଦାମାଲ, ଭାଗିପାଲି, ବଞ୍ଜାରି, କୁବଗା, ଖେରୁଆଲ ସିରିଆପାଲି, ଶ୍ରୀପୁରା, ଗୁଡି ଗାଁ, କୁମୁଡାପାଲ ଓ ନୂଆ ଝାରସୁଗୁଡା ପ୍ରମୁଖ ଅଞ୍ଚଳକୁ ଅଗ୍ନିଶମ ବିଭାଗ କିଟାଣୁମୁକ୍ତ କରିଛନ୍ତି। ଜିଲା ପ୍ରଶାସନ ଦ୍ବାରା ଆରମ୍ଭ ହୋଇଥିବା ନିବାରଣ ପ୍ରକ୍ରିୟା ଅନୁସାରେ ଅଗ୍ନିଶମ ବିଭାଗ ଦ୍ବାରା ଗ୍ରାମାଞ୍ଚଳରେ ବାସଗୃହ ଗୁଡ଼ିକର ବାହ୍ୟ କାନ୍ଥ, ସାର୍ବଜନିନ ବ୍ୟବହୃତ ସ୍ଥାନ ଏବଂ ସାଧାରଣ କ୍ଷେତ୍ରଗୁଡିକ ଉପରେ ହିପୋକ୍ଲୋରାଇଟ ମିଶ୍ରଣ ଛିଞ୍ଚନ କରାଯାଉଛି। ଲୋକଙ୍କୁ ତୃଣମୂଳ ସ୍ତରରେ ସୁରକ୍ଷା ଯୋଗାଇଦେବା ପାଇଁ ବେଦାନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ସହିତ ମିଶି କାର୍ଯ୍ୟ କରାଯାଉଛି ବୋଲି ବେଦାନ୍ତ ସିଇଓ ସିଏନ୍‌ ସିଂ କହିଛନ୍ତି। ସର୍ବବୃହତ ପରିଯୋଜନା ଝାରସୁଗୁଡାରେ କୋଭିଡ଼ ହସ୍ପିଟାଲ ତିଆରି କରାଯିବ। ଯାହା ବେଦାନ୍ତ, ଜିଲା ଖଣିଜ ପାଣ୍ଠି ଏବଂ ହାଇଟେକ ମେଡିକାଲ କଲେଜର ମିଳିତ ସହଯୋଗରେ ପ୍ରସ୍ତୁତ ହେଉଛି। ଖୁବ୍‌ଶୀଘ୍ର ଏହା କାର୍ଯ୍ୟକାରୀ ହେବ। ଏଥିସହ ୧୨୦୦୦ରୁ ଊର୍ଦ୍ଧ୍ୱ ମାସ୍କ ଓ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାଗଣାରେ ଖାଦ୍ୟ ସାମଗ୍ରୀ ପ୍ୟାକେଟ ବଣ୍ଟନ କରାଯାଇଛି। ଯାହା ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ମଧ୍ୟ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri