ସମ୍ବଲପୁର,୧୮ା୪(ବ୍ୟୁରୋ): କୋଭିଡ-୧୯ ମେଡିକାଲରେ ନିୟୋଜିତ ଡାକ୍ତରଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ଖାଇବା, ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ହେଲେ ଭିମ୍ସାରରେ କୋଭିଡ୍ ରୋଗୀଙ୍କ ପାଇଁ ନିଯୁକ୍ତ ଡାକ୍ତରଙ୍କ ପାଇଁ କର୍ତ୍ତୃପକ୍ଷ ଏହାକୁ ପାଳନ କରୁନାହାନ୍ତି । ଶନିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏଠାକୁ ଗସ୍ତରେ ଆସିଥିବା ବେଳେ ଜୁନିୟର ଡାକ୍ତର ସଂଘ ଏଭଳି ଅଭିଯୋଗ କରିଛି। ଏହାପରେ ମନ୍ତ୍ରୀ ଦାସ କର୍ତ୍ତୃପକ୍ଷଙ୍କୁ ତାଗିଦ କରିଛନ୍ତି। କରୋନା ମୁକାବିଲାରେ ନିୟୋଜିତ ଡାକ୍ତରମାନଙ୍କ ଠିକ୍ ଭାବେ ଖାଇବା ଓ ରହିବା ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କର୍ତ୍ତପକ୍ଷ ଅଭିଯୋଗ ଫାଙ୍କିବାକୁ ଚେଷ୍ଟା କରିଥିଲେ। ଡାକ୍ତରମାନଙ୍କୁ ଠିକ୍ ଭାବେ ଖାଦ୍ୟ ଦିଆଯାଉଥିବା ଏକ ଫଟୋ ମନ୍ତ୍ରୀ ଦାସଙ୍କୁ କର୍ତ୍ତପକ୍ଷ ଦେଖାଇବାକୁ ଉଦ୍ୟମ କରିଥିଲେ। ମନ୍ତ୍ରୀ ଦାସ କିନ୍ତୁ ଏଥିରେ ବିଶ୍ୱାସ ନ କରି ଓଲଟି କର୍ତ୍ତପକ୍ଷଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ।
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
ଭାଜପା ନେତାଙ୍କୁ ଆକ୍ରମଣ
ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…
କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…
ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…
ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…
ଶାହି ମସ୍ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ
ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…
ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

