କୋଭିଡ୍‌ ହସ୍ପିଟାଲ ପାଇଁ ଆସିଲା ୩ ଭେଣ୍ଟିଲେଟର, ୪ ମେଡିକାଲ ଆମ୍ବୁଲାନ୍ସ

ଭୁବନେଶ୍ୱର,୧୯।୪(ବ୍ୟୁରୋ): କରୋନା ସଂକ୍ରମଣଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ ନିର୍ମାଣ କରିଛନ୍ତି। ଏହି ହସ୍ପିଟାଲଗୁଡିକରେ ଶୁକ୍ରବାର ମଧ୍ୟରାତ୍ର ସୁଦ୍ଧା ୧୪୪ଟି ଭେଣ୍ଟିଲେଟର ଏବଂ ୩୭ ମେଡିକାଲ ଆମ୍ବୁଲାନ୍ସର ବ୍ୟବସ୍ଥା କରିଛନ୍ତି। ଦିନକ ମଧ୍ୟରେ ୩ ଭେଣ୍ଟିଲେଟର, ୪ଟି ମେଡିକାଲ ଆମ୍ବୁଲାନ୍ସ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ବିଭାଗର ସରକାରୀ ୱେବସାଇଟ୍‌ରେ ଏହି ସୂଚନା ଦିଆଯାଇଛି। କରୋନା ପଜିଟିଭ ସଂକ୍ରମିତ ହୋଇଥିବା ୭ ଜଣ ବ୍ୟକ୍ତି ବିଭିନ୍ନ କୋଭିଡ ହସ୍ପିଟାଲରେ ଆଇସିୟୁରେ ଅଛନ୍ତି। ତନ୍ମଧ୍ୟରେ ୪ ପୁରୁଷ ଏବଂ ୩ ମହିଳା ସଂକ୍ରମିତ ରହିଛନ୍ତି। କାର୍ଯ୍ୟକ୍ଷମ ସମସ୍ତ କୋଭିଡ ହସ୍ପିଟାଲରେ ହ୍ୟାଣ୍ଡ ଷ୍ଟେରିଲାଇଜର ଅକ୍ସିଜେନ୍‌ ମହଜୁଦ୍‌ ରଖାଯାଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତ ଏବଂ ସନ୍ଦିଗ୍ଧଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ଭାବେ ଦୈନିକ ୩ ପର୍ଯ୍ୟାୟରେ ୩୨୩ ଡାକ୍ତର, ୭୬୧ ନର୍ସ, ୨୩୯ ପାରାମେଡିକାଲ ଷ୍ଟାପ କାର୍ଯ୍ୟ କରୁଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ୪୧୨ ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏହି ହସ୍ପିଟାଲରେ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri