କୋଭିଡ୍‌ ହସ୍‌ପିଟାଲ ପରିଦର୍ଶନ କଲେ ଜିଲା ଦୌରାଜଜ୍‌

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ଦୌରାଜଜ୍‌ ତଥା ଡିଏଲ୍‌ଏସ୍‌ଏ ଅଧ୍ୟକ୍ଷ ଚିତ୍ତରଞ୍ଜନ ଦାସ ଶନିବାର ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଜଜ୍‌ଙ୍କ ସହ ମୁଖ୍ୟ ଦଣ୍ଡାଧିକାରୀ ମନୋରଞ୍ଜନ ଦାସ, ଜିଲାପାଳ ପ୍ରମୋଦ କୁମାର ବେହେରା, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ବି. ଲକ୍ଷ୍ମୀ ନାରାୟଣ ପୃଷ୍ଟି, ଆଇନଜୀବୀ ପଦ୍ମନାଭ ଦାସ, ଶୁଭ୍ରା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏଠାରେ କିଭଳି ପଦକ୍ଷେପ ନିଆଯାଇଛି, ସେ ଅଧିକାରୀମାନଙ୍କୁ ପଚାରି ବୁଝିଥିଲେ। ଏହି ଅବସରରେ ସେ ହସ୍ପିଟାଲରେ ରହିଥିବା ଆନୁଷଙ୍ଗିକ ବ୍ୟବସ୍ଥାର ଅନୁଧ୍ୟାନ କରିବା ସହ ସଂକ୍ରମିତଙ୍କ ପାଇଁ ଚିକିତ୍ସା ସୁବିଧା ଓ ସନ୍ଦିଗ୍ଧଙ୍କ ସ୍ବାବ ନମୁନା ସଂଗ୍ରହ ସୁବିଧା ଆଦି ବିଷୟରେ ମଧ୍ୟ ପଚାରି ବୁଝିଥିଲେ। ଏହାପରେ ସେ କୁମୁଟିଲପେଟାସ୍ଥିତ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରି ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। କୋଭିଡ୍‌-୧୯ ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପକୁ ନେଇ ସେ ସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri