କୋଭିଡ୍‌-୧୯: ଆଫ୍ରିକାନ୍‌ କ୍ଲବ ଫାଇନାଲ୍ସ ସ୍ଥଗିତ

କାଏରୋ,୧୯।୪(ଏଏଫ୍‌ପି): ଆଫ୍ରିକାନ୍‌ ଚାମ୍ପିୟନ୍ସ ଲିଗ୍‌ ଓ ଆଫ୍ରିକାନ କନ୍‌ଫେଡେରେଶନ କପ୍‌ ଫାଇନାଲ୍ସକୁ ସ୍ଥଗିତ ରଖାଯାଇଛି। କୋଭିଡ୍‌-୧୯ ମହାମାରୀ ରୂପ ନେଇଥିବା ବେଳେ ଏହି ଦୁଇଟି ଟୁର୍ନାମେଣ୍ଟକୁ ନିର୍ଦ୍ଧାରିତ ସମୟରେ ଆୟୋଜନ ହୋଇପାରିବ ନାହିଁ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ମେ’ରେ ଏହି ଦୁଇଟି ଟୁର୍ନାମେଣ୍ଟର ଫାଇନାଲ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ପରବର୍ତ୍ତୀ ନୋଟିସ୍‌ ନ ଆସିବା ପର୍ଯ୍ୟନ୍ତ କନ୍‌ଫେଡେରେଶନ କପ୍‌ ଓ ଚାମ୍ପିୟନ୍ସ ଲିଗ୍‌ ୨୦୧୯/୨୦କୁ ସ୍ଥଗିତ ରଖାଗଲା ବୋଲି କନ୍‌ଫେଡେରେଶନ ଅଫ୍‌ ଆଫ୍ରିକାନ ଫୁଟବଲ (ସିଏଏଫ୍‌) ତରଫରୁ କୁହାଯାଇଛି।
କାମେରୁନ୍‌ ବନ୍ଦର ସହର ଡୋଉଆଲାରେ ଚାମ୍ପିୟନ୍ସ ଲିଗ୍‌ ଫାଇନାଲ ମେ ୨୦ ଶୁକ୍ରବାର ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ୫୦, ୦୦୦ ସିଟ୍‌ ବିଶିଷ୍ଟ ଜାପେମା ଷ୍ଟାଡିୟମରେ ଏହି ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ସେହିପରି କନ୍‌ଫେଡେରେଶନ କପ୍‌ ଫାଇନାଲ ମରକ୍କୋ ରାଜଧାନୀ ରାବାଟର ପ୍ରିନ୍ସ ମୌଲେ ଅବ୍‌ଦେଲ୍ଲା ଷ୍ଟାଡିୟମରେ ମେ ୨୪ ତାରିଖ ରବିବାର ଖେଳାଯିବାର କାର୍ଯ୍ୟକ୍ରମ ରହିଛି।
ଆଫ୍ରିକାନ ଫୁଟବଲ ସହିତ ସମ୍ପର୍କରେ ଥିବା ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷଙ୍କ ସହ ଆଲୋଚନା କରି ଦୁଇଟି ଫାଇନାଲର ନୂଆ କାର୍ଯ୍ୟସୂଚୀ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ ବୋଲି ସିଏଫ୍‌ କହିଛି। କରୋନା ସଂକ୍ରମଣ ନେଇ ସିଏଏଫ୍‌ କଡ଼ା ନଜର ରଖିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଓ ଅନ୍ୟାନ୍ୟ ସଂଗଠନ ସହ ସିଏଏଫ୍‌ କାର୍ଯ୍ୟ କରୁଛି। ଯଦି ସ୍ଥିତି ସ୍ବାଭାବିକ ହୁଏ ତେବେ ନୂଆ ତାରିଖ ଘୋଷଣା ନେଇ ନିଷ୍ପତ୍ତି ନିଆଯିବ ବୋଲି ସିଏଏଫ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri