କୋଭିଡ୍‌-୧୯: ଗୋପୀଚାନ୍ଦ ଦେଲେ ୨୬ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୬।୪: ଭାରତୀୟ ଜାତୀୟ ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ ଏବେ କରୋନ ଭାଇରସ ଲଢ଼େଇରେ ସାମିଲ ହୋଇଛନ୍ତି। କ୍ରୀଡ଼ାଜଗତର ସଦ୍ୟତମ ବ୍ୟକ୍ତିତ୍ୱ ଭାବେ ସେ ଏଥିରେ ସାମିଲ ହୋଇଛନ୍ତି। ପୂର୍ବତନ ଅଲ ଇଂଲଣ୍ଡ ଚାମ୍ପିୟନ ଗୋପୀଚାନ୍ଦ ୨୬ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଲଢେଇ ପାଇଁ ଛୋଟିଆ ପରିମାଣର ଅର୍ଥ ଦାନ କରିଛି। ଅଜୁର୍ନ ପୁରସ୍କାର, ଦ୍ରୋଣାଚାର୍ଯ୍ୟ ପୁରସ୍କାର ଓ ପଦ୍ମ ଭୂଷଣ ସମ୍ମାନ ହାସଲ କରିଥିବା ଗୋପୀଚାନ୍ଦ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସେହିପରି ତେଲଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୧୦ ଲକ୍ଷ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଫଣ୍ଡକୁ ୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନ ଭାଇରସ ମୁକାବିଲାରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ବେଶ୍‌ ଦୃଷ୍ଟାନ୍ତମୂଳକ କାର୍ଯ୍ୟ କରୁଛନ୍ତି। ତେଣୁ ଏହି ସରକାରଗୁଡିକ ସହାୟତା ଦେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। କରୋନ ଭାଇରସ କାରଣରୁ ଦେଶ ତଥା ବିଶ୍ୱର ଅର୍ଥନୀତି ବେଶ୍‌ କ୍ଷତିଗ୍ରସ୍ତ ହେବାକୁ ଯାଉଛି। ତେଣୁ ସମସ୍ତେ ସେମାନଙ୍କ ସାମର୍ଥ୍ୟ ଅନୁଯାୟୀ ଅର୍ଥ ଦାନ କରିବା ଉଚିତ। ଉଲ୍ଲେଖଥାଉ କି, ପି.ଭି. ସିନ୍ଧୁ, ସାଇନା ନେହ୍ବାଲ, କିଡାମ୍ବୀ ଶ୍ରୀକାନ୍ତ ଓ ସାଇ ପ୍ରଣୀଥଙ୍କ ଭଳି ବ୍ୟାଡ୍‌ମିଣ୍ଟନ ଖେଳାଳିଙ୍କ କ୍ୟାରିୟର ବନାଇବାରେ ଗୋପୀଚାନ୍ଦ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ପୂର୍ବରୁ ମଧ୍ୟ ଏକାଧିକ କ୍ରୀଡ଼ାବିତ୍‌ ଏହି ଭାଇରସ୍‌ ମୁକାବିଲ ପାଇଁ ଅର୍ଥ ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri