Posted inଖେଳ

କୋଭିଡ୍‌-୧୯: ଜାତୀୟ ଫେଡେରେଶନଗୁଡିକୁ ୟୁଫାର ଅନୁଦାନ

ପ୍ୟାରିସ୍‌,୨୮।୪(ଏପି): କୋଭିଡ୍‌-୧୯ ମହାମାରୀ ଦ୍ୱାରା ସାରା ବିଶ୍ୱ ଫୁଟବଲ ପ୍ରଭାବିତ ହୋଇଥିବାରୁ ୟୁନିୟନ ଅଫ୍‌ ୟୁରୋପିଆନ ଫୁଟବଲ ଆସୋସିଏଶନ (ୟୁଫା) ତା’ର ଜାତୀୟ ଫେଡେରେଶଗୁଡିକୁ ସାହାଯ୍ୟର ହାତ ବଢାଇଛି। ୟୁଇଏଫଏ ସବୁ ଫେଡେରେଶନଗୁଡିକୁ ୨୩୬.୮ ମିଲିୟନ ୟୁରୋ ବା ୨୫୫ ମିଲିୟନ ଆମେରିକୀୟ ଡଲାର ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛି। ୫୫ଟି ମେମ୍ବରଙ୍କୁ ୪.୭ ମିଲିୟନ ଡଲାର ପ୍ରଦାନ କରାଯିବ। ସେଣ୍ଟ୍ରାଲ ଫଣ୍ଡିଂ ମାଧ୍ୟମରେ ଆଗାମୀ ସେସନ ପାଇଁ ଏହି ପରିମାଣର ଅର୍ଥ ପ୍ରଦାନ କରାଯିବ।

ଆମ ମେମ୍ବର ଆସୋସିଏଶନଗୁଡିକ ଏହି ଅର୍ଥକୁ ଫୁଟବଲ ବ୍ୟବସ୍ଥାର ପୁନଃ ନିର୍ମାଣରେ ବ୍ୟବହାର କରିପାରିବେ ବୋଲି ୟୁଇଏଫ୍‌ଏ ଅଧ୍ୟକ୍ଷ ଆଲେକ୍‌ଜାଣ୍ଡାର ସେଫେରିନ୍‌ କହିଛନ୍ତି। ଯେତେ ସମ୍ଭବ ଆମେ ସାହାଯ୍ୟ କରିବାକୁ ପ୍ରୟାସ କରୁଛୁ ବୋଲି ସେ କହିଛନ୍ତି। ଯୁବ ଓ ମହିଳା ଫୁଟବଲ, ରେଫରି ଟ୍ରେନିଂ ଓ ପରିଚାଳନାଗତ ଖର୍ଚ୍ଚ ପାଇଁ ସାଧାରଣତଃ ଏହି ଅର୍ଥ ବ୍ୟବହୃତ ହୋଇଥାଏ। ଏହି ଅର୍ଥ ୟୁଇଏଫ୍‌ଏ ଅଡିଟ୍‌ରେ ସାମିଲ ହୋଇ ନ ଥାଏ। ୟୁଇଏଫ୍‌ଏର ଏହି ଫଣ୍ଡିଂ ପ୍ରୋଗ୍ରାମ ଫିଫାଠାରୁ ମିଳୁଥିବା ଅନୁଦାନର ଦୁଇଗଣା ହୋଇଥାଏ। ଫିଫା ଦ୍ୱାରା ପ୍ରଦାନ କରାଯାଉଥିବା ମୈଲିକ ଫଣ୍ଡିଂ (୬ ମିଲିୟନ ଡଲାର, ୨୦୧୯-୨୨) ତୁଳନାରେ ଏହି ପ୍ରୋଗ୍ରାମ ୧୨ ମିଲିୟନ ଆମେରିକୀୟ ଡଲାରରୁ ଊର୍ଦ୍ଧ୍ୱ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri