Posted inଖେଳ

କୋଭିଡ୍‌-୧୯: ଦିଲ୍ଲୀ ସରକାରଙ୍କୁ ପିସିଆଇର ୫୦୦ ପିପିଇ କିଟ୍‌ ଦାନ

ନୂଆଦିଲ୍ଲୀ,୨୬।୪(ପି.ଟି.): କୋଭିଡ୍‌-୧୯ ମହାମାରୀ ମୁକାବିଲାରେ ଏବେ ପାରା ଅଲିମ୍ପିକ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ) ସାମିଲ ହୋଇଛନ୍ତି। ପିସିଆଇ ଦିଲ୍ଲୀ ସରକାରଙ୍କୁ ୫୦୦ଟି ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପମେଣ୍ଟ (ପିପିଇ) କିଟ୍‌ ପ୍ରଦାନ କରିଛି। ପିସିଆଇ ସେକ୍ରେଟାରୀ ଜେନେରାଲ ଗୁରଶରନ ସିଂ ସୂଚନା ଦେଇଛନ୍ତି। ଏବେ ପିସିଆଇ ସୋମବାର କେନ୍ଦ୍ର ସରକାରଙ୍କୁ ୧୦୦୦ଟି ଏପରି କିଟ୍‌ ପ୍ରଦାନ କରିବାକୁ ପ୍ରସ୍ତୁତ ଅଛି ବୋଲି ସେ କହିଛନ୍ତି। ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଜ୍ୟ ସଭା ଏମ୍‌ପି ଏନ୍‌.ଡି. ଗୁପ୍ତାଙ୍କୁ ୫୦୦ କିଟ୍‌ ପ୍ରଦାନ କରାଯାଇଛି ବୋଲି ସେ କହିଛନ୍ତି।
ଗୁରଶରନଙ୍କ ସହ ପିସିଆଇ ଗଭର୍ନିଂ ବୋର୍ଡ ସଦସ୍ୟ ଅଶୋକ ବେଦୀ ଉପସ୍ଥିତ ରହି ଏହି କିଟ୍‌ ପ୍ରଦାନ କରିଥିଲେ। ଏହି କିଟ୍‌ଗୁଡିକ ବେଙ୍ଗାଲୁରୁରେ ଉତ୍ପାଦନ କରାଯାଇଥିଲା। ଏବେ କେନ୍ଦ୍ର କ୍ରୀଡ଼ା ସଚିବଙ୍କୁ ସୋମବାର ୧୦୦୦ ପିପିଇ କିଟ୍‌ ପ୍ରଦାନ କରିବାକୁ ଆମେ ଯାଉଛୁ। ଗତମାସରେ ପିସିଆଇ କର୍ମଚାରୀମାନେ ଗୋଟିଏ ଦିନର ଦରମା ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଦାନ କରିଥିଲେ। ଉଲ୍ଲେଖଥାଉ କି, କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଦେଶରେ ଏପର୍ଯ୍ୟନ୍ତ ୮୦୦ ଜଣ ଓ ସାରା ବିଶ୍ୱରେ ୨ ଲକ୍ଷ ଲୋକ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri