କୋଭିଡ୍‌-୧୯ ପରୀକ୍ଷଣ: ରାଜଧାନୀର ୫ ସ୍କୁଲରେ ନମୁନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ପରୀକ୍ଷଣ ପାଇଁ ଭୁବନେଶ୍ୱରର ୫ ସ୍କୁଲରେ ନମୁନା ସଂଗ୍ରହ କେନ୍ଦ୍ର ଖୋଲାଯାଇଛି। ଝାରପଡ଼ା ପ୍ରାଥମିକ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର ସରକାରୀ ହାଇସ୍କୁଲ, ଶହୀଦନଗର ସରକାରୀ ହାଇସ୍କୁଲ, ଗଣ୍ଡମୁଣ୍ଡା ୟୁଜି ହାଇସ୍କୁଲ ଓ ନୟାପଲ୍ଲୀ ମମତାଜ ଅଲୀ ହାଇସ୍କୁଲରେ ଏଥିପାଇଁ ବ୍ୟବସ୍ଥା କରାଯାଇଛି। ଶୁକ୍ରବାରଠାରୁ ଏସବୁ ସ୍ଥାନରେ ସ୍ବତନ୍ତ୍ର ମେଡିକାଲ୍‌ ଟିମ୍‌ ସନ୍ଦିଗ୍ଧଙ୍କଠାରୁ ନମୁନା ସଂଗ୍ରହ ଆରମ୍ଭ କରିଛନ୍ତି। ସଂଗୃହୀତ ନମୁନାକୁ ସ୍ବତନ୍ତ୍ର ଭାବେ ପ୍ୟାକ୍‌ କରାଯାଇ ପରୀକ୍ଷଣ କେନ୍ଦ୍ରକୁ ନିଆଯିବ। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ସକାଳ ୯ରୁ ମଧ୍ୟାହ୍ନ ୧୨ ଓ ଅପରାହ୍ନ ୩ରୁ ୫ଟା ପର୍ଯ୍ୟନ୍ତ ଏପରି ନମୁନା ସଂଗ୍ରହ ପ୍ରକ୍ରିୟା ଚାଲିବ। ଏହି ସମୟରେ ସମ୍ପୃକ୍ତ ସ୍କୁଲରେ ଦୁଇଜଣ ଶିକ୍ଷକ, ଜଣେ ଝାଡୁଦାର ଓ ଜଣେ ୱାଚ୍‌ ମ୍ୟାନ ଉପସ୍ଥିତ ରହିବାକୁ କୁହାଯାଇଛି। ଏନେଇ ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଖୋର୍ଦ୍ଧା ଜିଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?