କୋଭିଡ୍‌-୧୯: ‘ମାଇକ୍ରୋସଫ୍ଟ ଟିମ୍‌’ରେ ପାଠପଢ଼ିବେ ସରକାରୀ ସ୍କୁଲ ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଯୋଗୁ ଦେଶ ସମେତ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଥିବାବେଳେ ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ହ୍ବାଟ୍‌ସଆପ୍‌ ଏବଂ ଡିଡି ଓଡ଼ିଆ ମାଧ୍ୟମରେ ଶିକ୍ଷାଦାନର ବ୍ୟବସ୍ଥା କରିଛନ୍ତି। ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ‘ମଧୁ ଆପ୍‌’ ଓ ‘ଏଡୁସାଟ୍‌’ ଦ୍ୱାରା ଶିକ୍ଷାଦାନ କରାଯାଉଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବର୍ତ୍ତମାନ ଏହି ଅନ୍‌ଲାଇନ୍‌ ଶିକ୍ଷାଦାନ ପ୍ରକ୍ରିୟାକୁ ଅଧିକ ବ୍ୟାପକ କରିବା ପାଇଁ ‘ମାଇକ୍ରୋସଫ୍ଟ-ଟିମ୍‌’ର ସାହାଯ୍ୟ ନିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ଏହି ଟିମ୍‌ ମାଧ୍ୟମରେ ଖୋର୍ଦ୍ଧା ଜିଲାର ୧୦ଟି ବିଦ୍ୟାଳୟରେ ପରୀକ୍ଷାମୂଳକ ଭାବେ ଶିକ୍ଷାଦାନ କାର୍ଯ୍ୟ ଆରମ୍ଭ କରାଯାଇଛି। ସେହିଭଳି ପ୍ରତି ସ୍କୁଲର ପ୍ରଧାନ ଶିକ୍ଷକ ଓ ୨ଜଣ ସହକାରୀ ଶିକ୍ଷକଙ୍କୁ ନେଇ ଏସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଉଛି। ୨୪ଟି ଜିଲାର ଜିଲାଶିକ୍ଷା ଅଧିକାରୀ ଏବଂ ଜିଲା ପ୍ରକଳ୍ପ ସଂଯୋଜକମାନଙ୍କୁ ୨ଦିନ ପୂର୍ବରୁ ପ୍ରଶିକ୍ଷଣ ଦିଆଯାଇଛି। ୨୪ ଜିଲାର ୧୦ଟି ଲେଖାଏ ମୋଟ ୨୪୦ ସ୍କୁଲରେ ଏହି ‘ମାଇକ୍ରୋସଫ୍ଟ ଟିମ୍‌’ ଦ୍ୱାରା ଶିକ୍ଷା ପ୍ରଦାନ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ବ୍ୟବସ୍ଥା କରାଯାଇଛି। ଗୋଟିଏ ସ୍କୁଲ ଅଧୀନରେ ୨୫୦ ଜଣ ଛାତ୍ରୀଛାତ୍ର ଏହି ସ୍ବତନ୍ତ୍ର ସଫ୍ଟଓ୍ବେର୍‌ ମାଧ୍ୟମରେ ପାଠ ପଢ଼ିପାରିବେ। ବେସରକାରୀ ଇଂଲିଶ ମିଡିୟମ୍‌ ସ୍କୁଲ୍‌ ସରକାରୀ ସ୍କୁଲ୍‌ରେ ମଧ୍ୟ ମାଇକ୍ରୋସଫ୍ଟ ଟିମ୍‌ ମାଧ୍ୟମରେ ଛାତ୍ରୀଛାତ୍ରମାନେ ଶିକ୍ଷକମାନଙ୍କ ସହିତ ସିଧାସଳଖ ଆଲୋଚନା ଓ ପର୍ଯ୍ୟାଲୋଚନା କରି ପାଠ ପଢ଼ିପାରିବେ। ଏହାସହ ଅନ୍ୟାନ୍ୟ ସ୍କୁଲ୍‌ରେ ପୂର୍ବ ନିଷ୍ପତ୍ତି ଅନୁଯାୟୀ ହ୍ବାଟ୍ସଆପ୍‌ ମାଧ୍ୟମରେ ଶିକ୍ଷା ସଂଯୋଗ କାର୍ଯ୍ୟକ୍ରମ ଜାରି ରହିଛି ବୋଲି ମନ୍ତ୍ରୀ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri