Posted inଖେଳ

କୋଭିଡ୍‌-୧୯: ମୋଟ ୧ କୋଟି ଟଙ୍କା ପାଣ୍ଠି ସଂଗ୍ରହ କଲା ଆଇଓଏ

ନୂଆଦିଲ୍ଲୀ,୬।୪(ପି.ଟି.)- କୋଭିଡ୍‌-୧୯ ଲଢେଇରେ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ମୋଟ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ବିଭିନ୍ନ ଜାତୀୟ ସ୍ପୋଟର୍‌ସ ଫେଡେରେଶନ (ଏନ୍‌ଏସ୍‌ଏଫ୍‌), ରାଜ୍ୟ ଅଲିମ୍ପିକ୍‌ ଆସୋସିଏଶନ, ସ୍ବୀକୃତି ପାଇବା ପାଇଁ ଆବେଦନ କରିଥିବା କେତେକ ସଂଗଠନ ଓ ଅନ୍ୟମାନେ ଦାନ କରିଥିବା ଅର୍ଥରୁ ଏପର୍ଯ୍ୟନ୍ତ ୧,୦୨,୫୬,୦୦୩ ଟଙ୍କା ସଂଗ୍ରହ କରାଯାଇଛି ବୋଲି ଆଇଓଏ ତରଫରୁ କୁହାଯାଇଛି। ଏଥିପାଇଁ ଏନ୍‌ଏସ୍‌ଏଫ୍‌ ଓ ରାଜ୍ୟ ଆସୋସିଏଶନଗୁଡିକୁ ଆଇଓଏ କୃତଜ୍ଞତା ଜଣାଇଛି। ଏହି ଘଡିସନ୍ଧି ମୁହୂର୍ତ୍ତରେ ସମସ୍ତେ ଏକାଠି ହୋଇ ଲଢେଇ ଜାରି ରଖିବା ଉଚିତ୍‌ ବୋଲି ଆଇଓଏ କହିଛି। ଏହି ଅର୍ଥକୁ ଆଇଓଏ ପ୍ରଧାନମନ୍ତ୍ରୀ କେୟାର୍ସ ପଣ୍ଡକୁ ଦାନ କରିବ ବୋଲି କହିଛି।
ପୂର୍ବରୁ ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି, କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ମହିଳା ବ୍ୟାଡ୍‌ମିଣ୍ଟନ ତାରକା ପି.ଭି. ସିନ୍ଧୁ, ଆଥଲେଟ ନୀରଜ ଚୋପ୍ରା, ହୀମା ଦାସ ଓ ଏକାଧିକ କ୍ରୀଡ଼ାବିତ୍‌ ଏହି ଭାଇରସ୍‌ ମୁକାବିଲ ପାଇଁ ଅର୍ଥ ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri