କୋଭିଡ୍‌- ୧୯ ସବୁ ବିଶ୍ୱକପ୍‌ଠାରୁ ବଡ଼: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୫।୪(ପି.ଟି.): ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଲଢେଇକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ଦେଶରେ ଚାଲିଥିବା ଏହି ଲଢେଇ ସବୁ ବିଶ୍ୱକପ୍‌ଠାରୁ ବଡ଼ ବୋଲି ଶାସ୍ତ୍ରୀ ତାଙ୍କ ଟୁଇଟର ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ଜଣାଇଛନ୍ତି। ଏହି ମାହାମରୀ ବିପକ୍ଷରେ ଲଢେଇ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହି ଲଢେଇ ମଧ୍ୟ କୌଣସି ବିଶ୍ୱକପ୍‌ଠାରୁ କମ୍‌ ନୁହଁ। ଏଥିରେ କେବଳ ୧୧ଜଣ ଖେଳାଳି ନୁହଁ, ୧୪୦ କୋଟି ଲୋକ ଖେଳୁଛନ୍ତି। ସମସ୍ତେ ନିଜ ନିଜ ହିସାବରେ ଏହି ଲଢେଇ ଜାରି ରଖିଛନ୍ତି। କରୋନା ବିରୋଧରେ ଆମେ ସମସ୍ତେ ଏକାଠି ହେବା ଓ ଏହାକୁ ପରାସ୍ତ କରିବାକୁ ବଦ୍ଧପରିକର ହେବା ଉଚିତ। ମାନବତାର ଏହି ବିଶ୍ୱକପ୍‌ରେ ଆମେ ବିଜୟୀ ହେବାକୁ ପ୍ରୟାସ କରିବା ଉଚିତ ବୋଲି ସେ କହିଛନ୍ତି।
ଏହି ମାହାମାରୀ ବିପକ୍ଷ ଲଢେଇରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୂମିକାକୁ ସେ ପ୍ରଶଂସା କରିଛନ୍ତି। ଏହି ଲଢେଇର ନେତୃତ୍ୱ ନେଉଛନ୍ତି ମୋଦି। ଆମେ ଏହି ଲଢେଇରେ ବିଜୟୀ ହେବା। ତେବେ ଆମକୁ ବିଶେଷ ଭାବେ କେତୋଟି ଦିଗକୁ ଧ୍ୟାନ ଦେବାକୁ ହେବ। ଏ ନେଇ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ ଆମେ ସମସ୍ତେ ମାନିବା ଉଚିତ। ଘରେ ରହିବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ଏହାକୁ ନ ମାନିଲେ ଏହି ଲଢେଇରେ ଆମେ ଜିତିବା ସମ୍ଭବ ନୁହଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ବିଶ୍ୱରେ ଏପର୍ଯ୍ୟନ୍ତ ଏହି ମହାମାରୀରେ ୧ ଲକ୍ଷ ୨୦ ହଜାର ଲୋକ ପ୍ରାଣ ହରାଇଲେଣି ଓ ୨୦ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି। ସାରା ବିଶ୍ୱରେ କ୍ରୀଡ଼ା ଇଭେଣ୍ଟ ଗୁଡିକ ଏଥିପାଇଁ ବାତିଲ ହୋଇଛି କିମ୍ବା ସ୍ଥଗିତ ରଖାଯାଇଛି। ଗତମାସ ମଧ୍ୟ ଶାସ୍ତ୍ରୀ ସମାନ କଥା କହିଥିଲେ। ଯେ କୌଣସି ପ୍ରକାର ପରିସ୍ଥିତିରେ ଘରେ ରହିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏହି ଲଢେଇ ଆଦୌ ସହଜ ନୁହଁ। ତେଣୁ ବିଜୟୀ ହେବା ପାଇଁ ଆହୁରି ଆମକୁ ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ଶାସ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri