କୋରାପୁଟରେ କଫି ପ୍ରକ୍ରିୟାକରଣ କେନ୍ଦ୍ରର ଉଦ୍‌ଘାଟନ ନେଇ ସମସ୍ତ ପ୍ରସ୍ତୁତି ଶେଷ

କୋରାପୁଟ,୧୦।୯(ସ୍ବ.ପ): କୋରାପୁଟ ଚନ୍ଦନ ପୋଖରୀ ନିକଟରେ ଥିବା କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର ଆସନ୍ତା ବୁଧବାର ଉଦ୍‌ଘାଟିତ ହେବାର ରହିଛି। ଏଥିନିମନ୍ତେ କୋରାପୁଟ ଆଇଟିଡିଏ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଥିବା ସହକାରୀ କଫି ଉପନିର୍ଦ୍ଦେଶକ ଡା. ଦୟାନିଧି ବାଘ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରାୟ ୫୦ ଲକ୍ଷ ଟଙ୍କା ବ୍ୟୟରେ ସ୍ଥାନୀୟ ଚନ୍ଦନ ପୋଖରୀ ନିକଟରେ ଥିବା ଆଦିବାସୀ ଉନ୍ନୟନ ନିଗମ କେନ୍ଦ୍ରଠାରେ ଏହି ୟୁନିଟ ଖୋଲାଯିବ ବୋଲି ଜଣାଯାଇଛି। ଏଥିରେ ଲଗାଯାଇଥିବା ଉନ୍ନତମାନର ମେଶିନ ଯୋଗେ କଫି ମଞ୍ଜି ଭଜାଯିବାଠାରୁ ଆରମ୍ଭକରି ବିଭିନ୍ନ ସ୍ବାଦର କଫି ପାନୀୟ ପ୍ରସ୍ତୁତ କରିବା ପର୍ଯ୍ୟନ୍ତ ସମସ୍ତ ପ୍ରକ୍ରିୟା ରହିଛି। କୋରାପୁଟ କଫି ଉନ୍ନୟନ ପରିଷଦ, କଫି ବୋର୍ଡ ଓ ଟିଡିସିସି ମିଳିତ ଆନୁକୂଲ୍ୟରେ ମଙ୍ଗଳବାର ଏହି କଫି ପ୍ରକ୍ରିୟା ୟୁନିଟର ସଫଳ ପରୀକ୍ଷଣ ହୋଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଦେବେନ ପ୍ରଧାନ, କଫି ବୋର୍ଡର ବରିଷ୍ଠ ଲୋକ ସମ୍ପର୍କ ଅଧିକାରୀ ଆଶିଷ ରାଉତଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଓଡିଶାରେ ପ୍ରଥମ ଥର ପାଇଁ ଏହି ୟୁନିଟର ସଫଳ ପରୀକ୍ଷଣ କୋରାପୁଟ କଫିର ବ୍ରାଣ୍ଡିଙ୍ଗ କରିବା ଦିଗରେ ସହାୟକ ହେବ ବୋଲି ଅତିରିକ୍ତ ଜିଲାପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri