କୋରାପୁଟରେ ଶୀତ ଲହରି: ଜନଜୀବନ ପ୍ରଭାବିତ

କୋରାପୁଟ,୨୩।୧୧(ସ୍ବ.ପ୍ର.):କୋରାପୁଟ ଜିଲାରେ ସପ୍ତାହେ ଧରି ପ୍ରବଳ ଶୀତ ଲହରି ଜାରି ରହିଥିବାରୁ ଜନଜୀବନ ପ୍ରଭାବିତ ହୋଇଛି। ଜିଲାରେ ତାପମାତ୍ରା ଦିନରେ ସବନିମ୍ନ ୨୫ ଡିଗ୍ରୀ ରହୁଥିବା ବେଳେ ସର୍ବାଧିକ ୩୦ ଡିଗ୍ରୀ ରହୁଛି। ସେହିପରି ରାତିରେ ପାରଦ ୧୬ରୁ ୨୦ଡିଗ୍ରୀ ମଧ୍ୟରେ ରହୁଛି। ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ସହରରେ କୁହୁଡି ସାଙ୍ଗକୁ କୋହଲା ପାଗ ଲାଗିରହୁଛି। ଜିଲାର ପଟାଙ୍ଗୀ, ଲକ୍ଷ୍ମୀପୁର, ନନ୍ଦପୁର, ସେମିଳିଗୁଡ଼ା ଆଦି ଅଞ୍ଚଳରେ ଅଧିକ ଶୀତ ଅନୁଭୂତ ହେଉଛି। ଘନ କୁହୁଡ଼ିର ଆସ୍ତରଣ ଯୋଗୁ ରାସ୍ତାରେ ୨୦ଫୁଟ ବ୍ୟବଧାନରେ ଯାନବାହନ ଦେଖାଯାଉନାହଁ। ସୁଙ୍କି ଓ ଜୟପୁରର ଅଣଓସାରିଆ ଘାଟି ରାସ୍ତାରେ ଗାଡ଼ି ଚାଳକମାନେ ମନ୍ଥର ଗତିରେ ଗାଡ଼ି ଚଳାଉଥିବା ବେଳେ ସ୍ଥାନେ ସ୍ଥାନେ ଗାଡ଼ିକୁ ଅଟକାଉଥିବା ମଧ୍ୟ ଦେଖିବାକୁ ମିଳିଛି। ଶୀତ ଦାଉରୁ ରକ୍ଷା ପାଇଁ ଗ୍ରାମାଞ୍ଚଳ ଲୋକେ ଦିନରାତି ନିଆଁ ପାଖରେ ବସିରହୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri