କୋର୍ଟ କାର୍ଯ୍ୟକ୍ଷମରେ ବିଳମ୍ବ, ବଢୁଛି ଅସନ୍ତୋଷ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମ୍‌ଏଫସି କୋର୍ଟ ପାଇଁ ସମସ୍ତ କାର୍ଯ୍ୟ ଶେଷ ପରେ ଏହା ଖୋଲିବାରେ ଅହେତୁକ ବିଳମ୍ବ ଯୋଗୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଏଠାରେ କୋର୍ଟ କାର୍ଯ୍ୟ ଆରମ୍ଭ କରାଯିବାକୁ ଜନଜାଗରଣ ମଞ୍ଚ, ବରିଷ୍ଠ ନାଗରିକ ମଞ୍ଚ, ମୁକୁନ୍ଦ ପ୍ରସାଦ ଫାଉଣ୍ଡେଶନ ସମେତ ଅନ୍ୟାନ୍ୟ ବହୁ ସଙ୍ଗଠନ ତରଫରୁ ଦାବି କରାଯାଇଛି ।
ଖଇରାରେ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ପାଇଁ ୨୦୧୯ରେ ହାଇକୋର୍ଟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନିଜସ୍ବ ଜାଗାରେ କୋର୍ଟ ଚାଲିବା ପୂର୍ବରୁ ଅସ୍ଥାୟୀ ଭାବେ ଖଇରା ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଚଲାଇବା ପାଇଁ ୨୦୨୨ ଅକ୍ଟୋବର ୧୦ତାରିଖରେ ଜିଲା ବିଚାରିପତିଙ୍କ ନେତୃତ୍ୱରେ ପରିଦର୍ଶନରେ ଆସିଥିବା ଟିମ୍‌ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରାଯିବା ପରେ ଜାନୁୟାରୀ ସୁଦ୍ଧା ସମସ୍ତ ଆନୁଷଙ୍ଗିକ କାର୍ଯ୍ୟ ଶେଷ ହୋଇଥିଲା। ବିଗତ ୪ମାସ ଧରି ଲୋକାର୍ପଣ ଉତ୍ସବକୁ ସ୍ଥାନୀୟ ଅଧିବାସୀ ଚାତକ ଭଳି ଚାହିଁଥିବା ବେଳେ ଏବେ ଖଇରା ଜନସାଧାରଣ ଖର୍ଚ୍ଚାନ୍ତ ହୋଇ ସମୟ ନଷ୍ଟ କରି ପୂର୍ବଭଳି ସୋର ଦୌଡିବାକୁ ବାଧ୍ୟ ହେଉଛନ୍ତି। ତୁରନ୍ତ ଖଇରାବାସୀଙ୍କୁ ନ୍ୟାୟ ପ୍ରଦାନ ପାଇଁ ବରିଷ୍ଠ ସାମାଜିକ କର୍ମୀ ଅଭିରାମ ବେହେରା, ଗଦାଧର ବାରିକ, ନିରଞ୍ଜନ ବେହେରା, ଉମେଶ ଚନ୍ଦ୍ର ନାୟକ, ଅରୁଣ କୁମାର ଦାସ, ଦେବେନ୍ଦ୍ର କୁମାର ରାଉତ, ଉପେନ୍ଦ୍ର ପ୍ରସାଦ ଦାସ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri