ବାଲେଶ୍ୱର ଅଫିସ,୩୦।୮:ବାଲେଶ୍ୱର ଫାମିଲି କୋର୍ଟକୁ ଛାଡ଼ପତ୍ର ପାଇଁ ଆସିଥିବା ଏକ ଦମ୍ପତି ସୋମବାର ମାରପିଟ ଲାଗିବା ଚର୍ଚ୍ଚାର ବିଷୟ ପାଲଟିଛି। ଉଭୟେ ସାମ୍ନାସାମ୍ନି ହେବା ପରେ ଯୁକ୍ତିତର୍କ ଓ ଟଣାଓଟରା ହେବାରୁ କୋର୍ଟ ପରିସର କିଛି ସମୟ ରଣକ୍ଷେତ୍ର ପାଲଟିଥିଲ। ଆଇନଜୀବୀଙ୍କ ହସ୍ତକ୍ଷେପ ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଞ୍ଚଳର ଜଣେ ଯୁବକ ଗତ ୨୦୧୫ରେ ସହଦେବଖୁଣ୍ଟା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହ କରିଥିଲେ। ବିବାହର ୨ ବର୍ଷ ପରେ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ କଳହ ସୃଷ୍ଟି ହେଲା। ପରେ ୨୦୧୮ରେ କୋର୍ଟରେ ଛାଡ଼ପତ୍ର ପାଇଁ ଆବେଦନ କରାଯାଇଥିଲା। ସୋମବାର ସେମାନେ ବାଲେଶ୍ୱର ଫାମିଲି କୋର୍ଟକୁ କାଉନସେଲିଂ ପାଇଁ ଆସିଥିଲେ। କୋର୍ଟରେ ଦେଖା ହେବା ପରେ ଉଭୟଙ୍କ ମଧ୍ୟରେ କଥା କଟାକଟି ଓ ଯୁକ୍ତିତର୍କ ଆରମ୍ଭ ହୋଇଥିଲା। ପରେ ଏହି ଯୁକ୍ତିତର୍କ ଧୀରେ ଧୀରେ ବଢ଼ିବାରେ ଲାଗିଲା। କୋର୍ଟ ପରିସରରେ ଉଭୟ ମାରପିଟ ହୋଇଥିଲେ। ସେଠାରେ ଉପସ୍ଥିତ ଆଇନଜୀବୀମାନେ ହସ୍ତକ୍ଷେପ କରିବାରୁ ଉଭୟ କୋର୍ଟ ପରିସର ଛାଡ଼ି ପଳାଇ ଯାଇଥିଲେ।
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର
ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…
‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ
ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…
ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ
କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…
ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର
ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…
ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….
ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…
ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…
ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…
ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ
ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…
ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…
ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…
Archives

