Posted inଜାତୀୟ

କୋର୍ଟଙ୍କ ସମୟ ନଷ୍ଟ କରିଥିବା ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨।୬:ଅଦାଲତଙ୍କ ସମୟ ନଷ୍ଟ କରିଥିବା ଜଣେ ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ଦକ୍ଷିଣ ମୁମ୍ବାଇ ନିବାସୀ ରେଣୁକା ବାଟଲୀଓ୍ବାଲା ନାମକ ଜଣେ ମହିଳା ଜମି ହଡପ ଘଟଣାରେ ବିଏମସି(ବମ୍ବେ ମହାନଗର ନିଗମ)ବିରୋଧରେ କୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ମହିଳାଙ୍କ ଅଭିଯୋଗ ଅନୁଯାୟୀଳ ୧୯୬୩ରେ ତାଙ୍କ ସମ୍ପର୍କୀୟଙ୍କୁ ବିଏମସି ଲିଜ୍‌ରେ ଜମି ଦେଇଥିଲା। ଯାହାର ଅବଧି ୨୦୦୧ରେ ସରିଥିଲା। ୨୦୦୩ରେ ପୁଣି ବିଏମସି ପକ୍ଷରୁ ଏହି ଅବଧିକୁ ୨୦୩୧ ପର୍ଯ୍ୟନ୍ତ ବଢାଇଦିଆଯାଇଥିଲା। କିନ୍ତୁ ୨୦୦୭ରେ ଏହାକୁ ଆଉ ରିନିୟୁ କରି ନ ଥିଲା। ଫଳରେ ଫେବ୍ରୁଆରୀ ୧ ବିଏମସି ତାଙ୍କ ପ୍ଲଟ୍‌ ହଡପ କରିନେଇଛି ବୋଲି କୋର୍ଟରେ ଲକ ମାମଲା ଦାୟର କରିଥିଲେ। ଯାହାକୁ ଖାରଜ କରି କୋର୍ଟ ମହିଳାଙ୍କ ଉପରେ ୧୦ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। କୋର୍ଟ କହିଛନ୍ତି, ଦିନକୁ ଦିନ ଏହିଭଳି ମାମଲା ବଢୁଥିବାରୁ ଅଯଥା କୋର୍ଟଙ୍କ ସମୟ ଅପଚୟ ହେଉଛି। ତେଣୁ ଏଭଳି ମାମଲାରେ ଆଗକୁ କଡା ପଦକ୍ଷେପ ନିଆଯିବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri