ହିଞ୍ଜିଳିକାଟୁ,୧୫ା୬(ଡ଼ି.ଏନ୍.ଏ.)-କୋର୍ଟରୁ ଏକ ମାମଲା ଉଠାଇବା ପାଇଁ ଧମକ ଦେବା ଅଭିଯୋଗରେ ଶୁକ୍ରବାର ହିଞ୍ଜିଳି ପୋଲିସ ଶିକିରି ଗ୍ରାମର ଜଣଙ୍କୁ ଗିରଫ କରିଛି। ସେ ହେଲେ ପ୍ରୀତିସୁନ୍ଦର ପ୍ରଧାନ। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଥାନାରେ ନଂ. ୧୩୮/୧୯ ରେ ଏକ ମାମଲା ରୁଜୁ ହୋଇଛି। ହିଞ୍ଜିଳି ଥାନା ରାଳବ ଗ୍ରାମର ବନିତା କୁମାରୀ ବରଡଙ୍କୁ ପ୍ରୀତିସୁନ୍ଦର ଫୁଲବାଣୀର ଏକ ନୋଟାରୀଙ୍କ ସମ୍ମୁଖରେ ୨୦୧୬ରେ ବିବାହ କରିଥିଲେ। ହେଲେ ପ୍ରୀତିସୁନ୍ଦର ନିଜ ଘରକୁ ବନିତାଙ୍କୁ ନେଉ ନ ଼ଥିଲେ। ଏପରିକି ବାପଘରୁ ଯୌତୁକ ଟଙ୍କା ଆଣିବାକୁ ବନିତାଙ୍କୁ ବାଧ୍ୟ କରିଥିଲେ। ଏଥିନେଇ ବନିତାଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ପୂର୍ବରୁ ୧୧୯/୧୮ରେ ମାମଲା ରୁଜୁ ହୋଇଥିଲା। ପ୍ରୀତି ସୁନ୍ଦରଙ୍କୁ ପୋଲିସ ଗିରଫ କରିଥିଲା। ଉକ୍ତ ମାମଲାର ବିଚାର କୋର୍ଟରେ ଚାଲିଥିବା ବେଳେ ତାହାକୁ ଉଠାଇବାକୁ ପ୍ରୀତି ସୁନ୍ଦର ଫୋନ ଓ ମେସେଜରେ ବହୁବାର ବନିତାଙ୍କୁ ଧମକ ଦେଉଥିଲେ। ଏପରିକି ତାଙ୍କୁ ହତ୍ୟା ଧମକ ମଧ୍ୟ ଦେଉଥିଲେ। ଗୁରୁବାର ବନିତା ଏ ନେଇ ପୋଲିସରେ ଅଭିଯୋଗ କରିଥିଲେ।
ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ
ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…
ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍
ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…
ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର
ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…
ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି
ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…
ମୁକୁଳା ଡ୍ରେନ୍ରେ ପଡ଼ିଛି ଗାଈ
ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

