କୋର୍ଟରୁମ୍‌ରେ ଟଳିପଡ଼ିଲେ ମୋର୍ସି

କାଏରୋ,୧୯ା୬(ଆଇଏଏନ୍‌ଏସ୍‌): ଇଜିପ୍ଟର ପୂର୍ବତନ ରାଷ୍ଟ୍ରପତି ମହମ୍ମଦ ମୋର୍ସି(୬୭) କୋର୍ଟରୁମ୍‌ରେ ଅଚାନକ ଟଳିପଡ଼ିବା ପରେ ଆଖି ବୁଜିଦେଇଛନ୍ତି। ମୋର୍ସିଙ୍କ ପୁତ୍ର ଅହମଦ୍‌ଙ୍କ ସୂଚନା ଅନୁଯାୟୀ, ପିତାଙ୍କୁ ପୂର୍ବ କାଏରୋ ଅଧୀନ ନାସେର ସିଟି ଡିଷ୍ଟ୍ରିକ୍ଟରେ ମୁସଲିମ୍‌ ବ୍ରଦରହୁଡ ଗାଇଡ୍‌ଙ୍କ ନିମନ୍ତେ ଉଦ୍ଦିଷ୍ଟ ସମାଧିସ୍ଥଳରେ କବର ଦିଆଯାଇଛି। କେବଳ ମୋର୍ସିଙ୍କ ପରିବାର ସଦସ୍ୟଙ୍କୁ ସମାଧିସ୍ଥଳରେ ଉପସ୍ଥିତ ରହିବାକୁ ଅନୁମତି ଦିଆଯାଇଥିଲା।
ଇତିହାସରେ ମୋର୍ସି ହେଉଛନ୍ତି ଗଣତାନ୍ତ୍ରିକ ଭାବେ ନିର୍ବାଚିତ ହୋଇଥିବା ଏକମାତ୍ର ରାଷ୍ଟ୍ରପତି। ବିଭିନ୍ନ ଅପରାଧରେ ଜଡିତ ଥିବା ଅଭିଯୋଗରେ ତାଙ୍କ ନାମରେ ଅଦାଲତରେ ମାମଲା ଚାଲୁଥିଲା। ଶାସନ କ୍ଷମତାରେ ଥିବାବେଳେ ସେ ବିଭିନ୍ନ ଆପରାଧିକ କାର୍ଯ୍ୟ ପାଇଁ ୬ ବର୍ଷ ଗୃହ ବନ୍ଦୀ ଥିଲେ ଏବଂ ଅତ୍ୟନ୍ତ ଦୟନୀୟସ୍ଥିତିରେ ଜୀବନ ବିତାଉଥିଲେ। ତାଙ୍କୁ ଏକୁଟିଆ ଏକ କୋଠରି ମଧ୍ୟରେ ରଖାଯାଇଥିଲା ଏବଂ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଉ ନ ଥିଲା। ମୋର୍ସିଙ୍କ ବିରୋଧରେ ଗୁପ୍ତଚର ବୃତ୍ତି ଅଭିଯୋଗର ବିଚାର ଚାଲିଥିବାବେଳେ ସେ କୋର୍ଟରୁମ୍‌ରେ ଅଚାନକ ଟଳିପଡ଼ିଥିଲେ। ତାଙ୍କୁ ତୁରନ୍ତ କାଏରୋ ହସ୍ପିଟାଲ୍‌ ନିଆଯିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri