Posted inଜାତୀୟ

କୋର୍ଟରେ ବାଜିଲା ଚିଦାମ୍ବରମଙ୍କ ଫୋନ: ଜଜ୍‌ କହିଲେ, ‘ନ୍ୟାୟିକ କାର୍ଯ୍ୟରେ ବାଧା ଦେଲେ ଜବତ ହୋଇପାରେ ମୋବାଇଲ’

ଅହମ୍ମଦାବାଦ,୨୧।୬: ଗୁଜରାଟ ହାଇକୋର୍ଟରେ ୨୦୧୭ ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ସହ ଭାଜପା ନେତାଙ୍କ ଓକିଲ ମଧ୍ୟରେ ପ୍ରଶ୍ନ ଉତ୍ତର ଚାଲିଥିଲା। ଏହି ସମୟରେ ଏକ ମଜାଳିଆ ଘଟଣା ଦେଖିବାକୁ ମିଳିଛି। ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି.ଚିଦାମ୍ବରମ ମଧ୍ୟ କୋର୍ଟରେ ଉପସ୍ଥିତ ଥିଲେ। ଓକିଲ ପଟେଲଙ୍କୁ ପ୍ରଶ୍ନ ପଚାରିବା ସମୟରେ ହଠାତ୍‌ ଚିଦାମ୍ବରମଙ୍କ ଫୋନ ବାଜି ଉଠିଥିଲା। ବହୁ ଚେଷ୍ଟା ପରେ ବି ସେ ଫୋନଟିକୁ ବନ୍ଦ କରିପାରି ନ ଥିଲେ। ସେହି ସମୟରେ ଜଜ୍‌ ବେଲା ତ୍ରିବେଦୀ ସ୍ମିତହାସ୍ୟ ଦେଇ କହିଥିଲେ ଯେ, ସାଧାରଣତଃ ନ୍ୟାୟିକ ପ୍ରକ୍ରିୟା ସମୟରେ ଏଭଳି ଧରଣର ବାଧା ଉପୁଜିଲେ ସେ ମୋବାଇଲକୁ ଜବତ କରିନିଅନ୍ତି। ଜଜ୍‌ଙ୍କ ଏଭଳି ମନ୍ତବ୍ୟ ପରେ ଚିଦାମ୍ବରମ ନିଜର ସଫେଇ ରଖିଥିଲେ। ସେ କହିଥିଲେ, ନିକଟରେ ଏହି ନୂଆ ଫୋନଟିକୁ କିଣିଛନ୍ତି ଏବଂ ତାଙ୍କୁ ଜଣା ନାହିଁ ମ୍ୟୁଟ କିପରି କରାଯାଏ। ଏହାପରେ କୋର୍ଟର ଜଣେ କର୍ମଚାରୀ ଚିଦାମ୍ବରମଙ୍କ ପାଖକୁ ଆସି ମୋବାଇଲ ଫୋନକୁ ମ୍ୟୁଟ କରିବାରେ ସାହାଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

ଫୁଲୁଛି ବିରୁପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୁପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର(…

ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି…

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ…

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri