କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍‌

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍‌ ଜୋନ୍‌ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରଥମ ୩ ରୋଗୀଙ୍କୁ ବାଦ୍‌ ଦେଇ ଅନ୍ୟ ୧୮ ଜଣ ରୋଗୀଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବା ସୂଚନା ମିଳିଛି। ଶୁକ୍ରବାର ଚି଼ହ୍ନଟ ହୋଇଥିବା ଦୁଇ ଜଣ ସୁରଟ ଫେରନ୍ତା ବୋଲି କୁହାଯାଇଛି। କରୋନା ସଂକ୍ରମିତ ନିୟନ୍ତ୍ରଣ ଓ ଚିହ୍ନଟ ପାଇଁ ଜିଲା ପ୍ରଶାସନ ପକ୍ଷରୁ ମୋଟ୍‌‌ ୧୯ ପଞ୍ଚାୟତରେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଥିବା ବେଳେ ୩୨ଟି ପଞ୍ଚାୟତକୁ ସର୍ଭିଲାନ୍ସ ଜୋନ୍‌ ଭାବେ ଚିହ୍ନଟ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ୍‌ ମଧ୍ୟରେ ଧାମନଗର ବ୍ଲକର ୩, ବନ୍ତ ବ୍ଲକର ଗୋଟିଏ, ବାସୁଦେବପୁରର ୧୩ ଓ ତିହିଡ଼ି ବ୍ଲକର ୨ଟି ପଞ୍ଚାୟତରେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇ ଏହି ସବୁ ପଞ୍ଚାୟତର ପ୍ରବେଶ ପଥକୁ ସିଲ୍‌ କରାଯାଇଛି। ମୁଖ୍ୟତଃ ଏହି ଜିଲାରେ କୋଲକାତା ଫେରନ୍ତାଙ୍କ ପାଇଁ କରୋନା ସଂକ୍ରମଣ ହେଉଥିବା କୁହାଯାଉଥିଲା। ଏବେ ସୁରଟ ଫେରନ୍ତାଙ୍କ ପାଇଁ ପ୍ରଶାସନର ମୁଣ୍ଡ ବ୍ୟଥା ବଢ଼ିଯାଇଛି।
ସୂଚନାଯୋଗ୍ୟ, ଜିଲାରୁ ମୋଟ୍‌ ୪୫୦୦ ସ୍ବାବ୍‌ ସଂଗ୍ରହ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୩୭୬୦ ନେଗେଟିଭ୍‌ ରିପୋର୍ଟ ଆସିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri