Posted inଖେଳ

‘କୋହଲି ନୁହେଁ, ଏବେ ବି ଧୋନୀ ଶ୍ରେଷ୍ଠ ଅଧିନାୟକ’

ନୂଆଦିଲ୍ଲୀ,୫।୯:ଓ୍ବେଷ୍ଟଇଣ୍ଡିଜରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ କେବଳ ଟେଷ୍ଟ ସିରିଜ୍‌ ଜିତିନାହିଁ ବରଂ ଟେଷ୍ଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାର ମଧ୍ୟ ସୌଭାଗ୍ୟଲାଭ କରିଛନ୍ତି ସେ। ବିରାଟ ୪୮ଟି ଟେଷ୍ଟ ମ୍ୟାଚରେ ଭାରତର ନେତୃତ୍ୱ ନେଇ ୨୮ଟି ବିଜୟ ହାସଲ କରିଥିବାବେଳେ ଧୋନୀ ୬୦ଟି ଟେଷ୍ଟରେ ୨୭ଥର ଭାରତ ପାଇଁ ବିଜୟ ଆଣିଦେଇଛନ୍ତି। କିନ୍ତୁ ବିରାଟ ଭାରତର ସର୍ବଶ୍ରେଷ୍ଟ ଟେଷ୍ଟ ଅଧିନାୟକ ବୋଲି ଭାରତୀୟ ଦଳର ପୂର୍ବତନ ଉଇକେଟକିପର୍‌ ସୟଦ କିରମାନିଙ୍କୁ ଲାଗୁନାହିଁ। ସେ କହିଛନ୍ତି, ଯେତେବେଳେ ଧୋନୀ ଭାରତୀୟ ଦଳର ନେତୃତ୍ୱ ନେଉଥିଲେ ସେତେବେଳେ ଭାରତ ୩ଟି ବିଭାଗ(ଟେଷ୍ଟ, ଏକଦିବସୀୟ ଏବଂ ଟି-୨୦)ରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରୁଥିଲା। କୋହଲି ତାଙ୍କ ଭଳି ସଫଳତା ପାଇବା ପାଇଁ ଆହୁରି ସମୟ ଲାଗିବ। ବିରାଟଙ୍କ ନେତୃତ୍ୱରେ ଏପର୍ଯ୍ୟନ୍ତ ଭାରତ କୌଣସି ଆଇସିସି ଟୁର୍ନାମେଣ୍ଟ ଜିତିପାରିନାହିଁ। ଧୋନୀଙ୍କଠାରୁ ଆଗକୁ ଜିବାକୁ ହେଲେ ବିରାଟଙ୍କ ଆଇସିସି ଟ୍ରଫି ଜିତିବାକୁ ହେବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାର ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri