କୋହଲି ପାଳିବେ ୩୧ତମ ଜନ୍ମଦିନ

ନୂଆଦିଲ୍ଲୀ,୪।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ମଙ୍ଗଳବାର ୩୧ତମ ଜନ୍ମଦିନ ପାଳିବାକୁ ଯାଉଛନ୍ତି। ଏହି ମହାନ ବ୍ୟାଟ୍ସମ୍ୟାନ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଦିଲ୍ଲୀର ଏକ ପଞ୍ଜାବୀ ପରିବାରରେ ଜନ୍ମ ନେଇଥିଲେ। ୨୦୦୮ରେ ତାଙ୍କ ନେତୃତ୍ୱରେ ୧୯ ବର୍ଷରୁ କମ୍‌ ଭାରତୀୟ ଦଳ ବିଶ୍ୱକପ୍‌ ଜିତିଥିଲା। ଏହାର କିଛି ମାସ ପରେ ତାଙ୍କୁ ଅନ୍ତର୍ଜାତୀୟ ଦିନିକିଆରେ ପଦାର୍ପଣ ସୁଯୋଗ ମିଳିଥିଲା। ୧୯ ବର୍ଷୀୟ କୋହଲି ଶ୍ରୀଲଙ୍କା ବିପକ୍ଷରେ ପଦାର୍ପଣ କରିଥିଲେ। କ୍ୟାରିୟରର ଆରମ୍ଭରୁ ଅତିରିକ୍ତ ବ୍ୟାଟ୍ସମ୍ୟାନ ଭାବେ ଖେଳୁଥିବା ଚିକୁ ଶୀଘ୍ର ଦଳରେ ସ୍ଥାନ ପକ୍କା କରି ଦେଇଥିଲେ। ତାଙ୍କ ପ୍ରତିନିଧିତ୍ୱରେ ଭାରତ ୨୦୧୧ ଆଇସିସି ବିଶ୍ୱକପ ଓ ୨୦୧୩ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଚାମ୍ପିୟନ ହୋଇଥିଲା। ୨୦୧୩ରେ ଟେଷ୍ଟରୁ ମହେନ୍ଦ୍ର ସିଂ ଧୋନୀଙ୍କ ଅବସର ପରେ କୋହଲିଙ୍କୁ ଅଧିନାୟକ ଘୋଷଣା କରାଯାଇଥିଲା। ସେହିଭଳି ୨୦୧୭ରେ ଦିନିକିଆ ଓ ଟି୨୦ ଦଳର ନେତୃତ୍ୱ ପାଇଥିଲେ। ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ପରିଗଣିତ ହେଉଥିବା କୋହଲିଙ୍କ ନାମରେ ମୋଟ ଉପରେ ୬୯ ଶତକ ରହିଛି। ଦିନିକିଆରେ ୧୦ ଓ ୧୧ ହଜାର ରନ୍‌ ପୂରଣ କରିବାରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ କ୍ରିକେଟରେ ମୋଟ ଉପରେ ୨୧ ହଜାର ରନ୍‌ ପୂରଣ କରିସାରିଛନ୍ତି। ସବୁଠୁ ସଫଳତମ ଭାରତୀୟ ଟେଷ୍ଟ ଅଧିନାୟକ ଏପର୍ଯ୍ୟନ୍ତ ୮୨ ଟେଷ୍ଟ ଖେଳି ୨୬ ଶତକ ସହ ୭,୦୬୬ ରନ୍‌ କରିଛନ୍ତି। ସେହିଭଳି ୨୩୯ ଦିନିକିଆରୁ ୬୦.୩୧ ହାରରେ ୧୧,୫୨୦ ରନ୍‌ କରିସାରିଛନ୍ତି। ଏହି ଫର୍ମାଟରେ ତାଙ୍କ ନାମରେ ୪୩ ଶତକ ରହିଛି। ଟି୨୦ ଫର୍ମାଟରେ ଶତକ ହାସଲ କରି ନ ଥିଲେ ମଧ୍ୟ ୭୧ ମ୍ୟାଚ୍‌ରୁ ୫୦ ଆଭରେଜରେ ୨,୪୪୧ ରନ୍‌ କରିଛନ୍ତି। ତାଙ୍କୁ ଦୁଇ ଥର ଆଇସିସି କ୍ରିକେଟର ଅଫ୍‌ ଦ ଇୟର(୨୦୧୭ ଓ ୨୦୧୮), ଆଇସିସି ଶ୍ରେଷ୍ଠ ଟେଷ୍ଟ ଖେଳାଳି (୨୦୧୮) ଓ ଶ୍ରେଷ୍ଠ ଦିନିକିଆ ଖେଳାଳି (୨୦୧୨, ୨୦୧୭ ଓ ୨୦୧୮) ପୁରସ୍କାର ମିଳିସାରିଛି। ଏହାବାଦ୍‌ ସେ ଅର୍ଜୁନ ସମ୍ମାନ (୨୦୧୩), ପଦ୍ମ ଶ୍ରୀ (୨୦୧୭) ଓ ରାଜୀବ ଗାନ୍ଧୀ ଖେଳରତ୍ନ (୨୦୧୮) ମଧ୍ୟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri