Posted inଖେଳ

କୋହଲି ଶ୍ରେଷ୍ଠ ଖେଳାଳି: ଆଫ୍ରିଦୀ

ନୂଆଦିଲ୍ଲୀ,୧୯।୯: ପୂର୍ବତନ ପାକିସ୍ତାନ ଅଧିନାୟକ ତଥା ଅଲରାଉଣ୍ଡର ଶାହିଦ ଆଫ୍ରିଦୀ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପ୍ରଶଂସା କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ ପରେ କୋହଲିଙ୍କୁ ଶ୍ରେଷ୍ଠ ଖେଳାଳି ବୋଲି ଅଭିହିତ କରିଛନ୍ତି ଆଫ୍ରିଦୀ। ୩୦ ବର୍ଷିୟ କୋହଲି ଅପରାଜିତ ୭୨ ରନ୍‌ର ଇନିଂସ ଖେଳି ଭାରତୀୟ ଦଳକୁ ସହଜ ବିଜୟ ଆଣି ଦେଇଥିଲେ। ଏଥିରେ ୪ ଚୌକା ଓ ୩ ଛକା ସାମିଲ ଥିଲା। ଏହି ଇନିଂସ ପାଇଁ କୋହଲିଙ୍କୁ ଆଇସିସି ଟୁଇଟ କରି ଶୁଭେଚ୍ଛା ଜଣାଇଥିଲା। ଏହି ଟୁଇଟ୍‌କୁ ରିଟୁଇଟ୍‌ କରି ଆଫ୍ରିଦୀ ଲେଖିଛନ୍ତି, ତୁମେ ଜଣେ ଶ୍ରେଷ୍ଠ ଖେଳାଳି। ଭବିଷ୍ୟତରେ ତୁମେ ଆହୁରି ସଫଳ ହୁଅ। ସମଗ୍ର ବିଶ୍ୱର କ୍ରିକେଟ ପ୍ରଶଂସକଙ୍କୁ ଏମତି ଏଣ୍ଟରଟେନ କରିବା ଜାରି ରଖ। ଉକ୍ତ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କୁ ପଛରେ ପକାଇ ଟି୨୦ ଫର୍ମାଟରେ ସର୍ବାଧିକ ରନ୍‌ କରିବାର ରେକର୍ଡ ହାତେଇଛନ୍ତି କୋହଲି। ଭାରତୀୟ ଅଧିନାୟକ ୭୧ ମ୍ୟାଚ୍‌ରେ ୨୪୪୧ ରନ୍‌ କରିଥିବାବେଳେ ରୋହିତ ୯୭ ମ୍ୟାଚ୍‌ରୁ ୨୪୩୪ ରନ୍‌ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। କୌତୁହଳର କଥା ହେଉଛି, କୋହଲି ୧୧ଥର ପାଇଁ ମ୍ୟାନ୍‌ ଅଫ ଦି ମ୍ୟାଚ୍‌ ପୁରସ୍କାର ପାଇ ଆଫ୍ରିଦୀଙ୍କ ସମ୍ମକକ୍ଷ ହୋଇଛନ୍ତି। ଟି୨୦ ଫର୍ମାଟରେ ସର୍ବାଧିକ ଥର ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ହେବାର ରେକର୍ଡ ଆଫଗାନିସ୍ତାନର ମହମ୍ମଦ ରସିଦଙ୍କ ନାମରେ ରହିଛି। ସେ ଏପର୍ଯ୍ୟନ୍ତ ୧୨ଥର ଶ୍ରେଷ୍ଠ ଖେଳାଳି ହାତେଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri