Posted inଖେଳ

କୋହଲିଙ୍କ ଦ୍ୱିଶତକ

ପୁଣେ,୧୧।୧୦: ଭାରତୀୟ ଅଧିନାୟକ ବିରାଟ କୋହଲି ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଦ୍ୱିଶତକ ଲଗାଇଛନ୍ତି। ପୂର୍ବ ଦିନ ୬୩ ରନ୍‌ କରି ଅପରାଜିତ ଥିବା କୋହଲି ୧୪୩ତମ ଓଭରରେ ସେନୁରାନ ମୁଥୁସାମିଙ୍କ ୪ର୍ଥ ବଲରେ ୨ ରନ୍‌ ସଂଗ୍ରହ କରି ଦ୍ୱିଶତକ ପୂରଣ କରିଛନ୍ତି। ତାଙ୍କର ଏହି ଲମ୍ବା ଇନିଂସରେ ୨୮ ଚୌକା ଓ ଗୋଟିଏ ଛକା ସାମିଲ ରହିଛି। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୭ମ ଦ୍ୱିଶତକ। ଏଥିସହିତ ଟେଷ୍ଟ କ୍ୟାରିୟରରେ ସେ ୭ ହଜାର ରନ୍‌ ପୂରଣ କରିଦେଇଛନ୍ତି। ତାଙ୍କର ୨୦୯ ରନ୍‌ ଯୋଗୁ ଭାରତୀୟ ଦଳ ପ୍ରଥମ ଇନିଂସ ସ୍କୋର ରିପୋର୍ଟ ଲେଖା ହେବା ସୁଦ୍ଧା ୧୪୭ ଓଭରରେ ୪ ଉଇକେଟ ହରାଇ ୫୦୪ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri