Posted inଖେଳ

କୋହଲିଙ୍କ ବିପକ୍ଷରେ ସୌଦି ସବୁଠୁ ସଫଳତମ ବୋଲର

ଅକ୍‌ଲାଣ୍ଡ,୮।୨- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱର ସବୁଠୁ ସଫଳତମ ବ୍ୟାଟ୍ସମ୍ୟାନ। ତାଙ୍କ ବିପକ୍ଷରେ ନ୍ୟୁଜିଲାଣ୍ଡ ପେସର ଟିମ ସୌଦି ସବୁଠୁ ସଫଳତମ ବୋଲର ହୋଇପାରିଛନ୍ତି। ଦ୍ୱିତୀୟ ଦିନିକିଆରେ କୋହଲିଙ୍କୁ ବ୍ୟକ୍ତିଗତ ସ୍କୋର ୧୫ ରନ୍‌ରେ କ୍ଲିନ ବୋଲ୍ଡ କରିଥିଲେ ସୌଦି। ଦିନିକିଆ କ୍ରିକେଟରେ ୬ଷ୍ଠ ଓ ମୋଟ ଉପରେ ୯ମ ଥର ପାଇଁ କୋହଲି ସୌଦିଙ୍କ ବଲରେ ଆଉଟ୍‌ ହୋଇଛନ୍ତି। ସର୍ବାଧିକ ଥର କୋହଲିଙ୍କ ଉଇକେଟ ନେବାରେ ଇଂଲଣ୍ଡର ଜେମ୍ସ ଆଣ୍ଡରସନ ଓ ଗ୍ରେମ ସ୍ବାନ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେମାନେ ଦିନିକିଆ, ଟି୨୦ ଓ ଟେଷ୍ଟ ଫର୍ମାଟରେ ୮ ଥର କୋହଲିଙ୍କ ଉଇକେଟ ହାତେଇଛନ୍ତି। ତାଲିକାରେ ଦକ୍ଷିଣ ଆଫ୍ରିକାର ମର୍ନି ମୋର୍କେଲ, ଅଷ୍ଟ୍ରେଲିଆର ନାଥନ ଲିଓନ, ଆଡାମ ଝମ୍ପା ଓ ଓ୍ବେଷ୍ଟଇଣ୍ଡିଜର ରବି ରାମ୍‌ପଲ ୭ ଥର ଭାରତୀୟ ଅଧିନାୟକଙ୍କ ଉଇକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri