Posted inଖେଳ

‘କୋହଲିଙ୍କ ଭଳି କଠିନ ପରିଶ୍ରମ କର’

ଚେନ୍ନାଇ,୧୩।୧୨(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଆସିଷ୍ଟାଣ୍ଟ କୋଚ୍‌ ରୋଡି ଇଷ୍ଟ୍‌ଓ୍ବିକ୍‌ ନିଜ ଖେଳାଳିମାନଙ୍କୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଭଳି କଠିନ ପରଶ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାକୁ ହେଲେ କୋହଲିଙ୍କ ପରି ଅଧ୍ୟବସାୟର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ରବିବାର ଚେନ୍ନାଇରେ ଖେଳାଯିବାକୁ ଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ ପୂର୍ବରୁ ଖବରଦାତାଙ୍କ ସହ କଥାହେବା ବେଳେ ସେ ଏହି କଥା କହିଛନ୍ତି। ସିମରନ ହେଟମେର ଓ ନିକୋଲାସ ପୁରନ କୋହଲିଙ୍କଠାରୁ ଶିକ୍ଷା କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ଆମ ଯୁବ ଖେଳଳିମାନେ ପ୍ରତିଭାସମ୍ପନ୍ନ। କିନ୍ତୁ ଏମାନଙ୍କୁ କଠିନ ପରିଶ୍ରମ କରିବାର ଆବଶ୍ୟକତା ରହିଛି। ଏମାନେ କୋହଲିଙ୍କୁ ଆଦର୍ଶ ମାନିବା ଉଚିତ୍‌। ବହୁ ଖେଳାଳି କୋହଲିଙ୍କଠାରୁ ବହୁତ କିଛି ଶିଖି ପାରିବେ। କଠିନ ପରିଶ୍ରମ ବିନା ସଫଳତା ମିଳିବ ନାହିଁ। କଠିନ ପରିଶ୍ରମ ଅରୁଚିକର ହୋଇଥିଲେ ମଧ୍ୟ ସଫଳତାର ରାସ୍ତା ଦେଖାଇଥାଏ। ତେଣୁ ଜଣେ ଖେଳାଳିକୁ ସଫଳତା ପାଇଁ କଠିନ ପରିଶମ୍ର କରିବା ଏକାନ୍ତ ଆବଶ୍ୟକ ବୋଲି ସେ ସ୍ପଷ୍ଟ କରିଛନ୍ତି। ଟି୨୦ରେ ଭଲ ଖେଳୁଥିଲେ ମଧ୍ୟ ଲମ୍ବା ଫର୍ମାଟରେ ଖେଳାଳିମାନେ ଭଲ ପ୍ରଦର୍ଶନ କରିବା ଆବଶ୍ୟକ। ଟି୨୦ ସିରିଜରେ ୨-୧ରେ ପରାସ୍ତ ହୋଇଥିଲେ ମଧ୍ୟ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜ୍‌ ଭଲ ପ୍ରଦର୍ଶନ କରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ସେହିପରି ହେଡେନ ଓ୍ବାଲ୍ସ ଜୁନିୟର ଓ କୋରୀ ପିଲେର ଓ ରଷ୍ଟନ ଚେଜ୍‌ଙ୍କ ଭଳି ଯୁବ ସ୍ପିନର ଧୀରେଧୀରେ ଅଭିଜ୍ଞତା ହାସଲ କରିଛନ୍ତି। ବିଶ୍ୱ ଶ୍ରେଷ୍ଠ ଦଳ ବିପକ୍ଷରେ ଖେଳିଲେ ଖେଳାଳିମାନେ ପରିପକ୍ୱ ହେବ ଓ ଏହାର ଫଳ ଭବିଷ୍ୟତରେ ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri