Posted inଖେଳ

କୋହଲିଙ୍କ ଶତକ, ଭୁବିଙ୍କ ଘାତକ ବୋଲିଂରେ ଭାରତ ବିଜୟୀ

ତ୍ରିନିଦାଦ,୧୨।୮- ପୋର୍ଟ ଅଫ୍‌ ସ୍ପେନସ୍ଥିତ କୁଇନ୍ସ ପାର୍କ ଓଭାଲଠାରେ ପ୍ରଥମେ ବିରାଟ କୋହଲିଙ୍କ ଶତକ ଓ ପରେ ଭୁବନେଶ୍ୱର କୁମାର (ଭୁବି)ଙ୍କ ଘାତକ ବୋଲିଂ ବଳରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌କୁ ଭାରତୀୟ ଦଳ ଡିଏଲଏସ୍‌ ନିୟମରେ ୫୯ ରନ୍‌ରେ ଜିତି ନେଇଛି। ଏହି ବିଜୟ ସହ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୧-୦ରେ ଆଗୁଆ ରହିଛି। ସିରିଜର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ଧୋଇ ହୋଇଯାଇଥିଲା। ଅନ୍ତିମ ମ୍ୟାଚ୍‌ ବୁଧବାର ସମାନ ଭେନ୍ୟୁରେ ଖେଳାଯିବ। ଦିନିକିଆ କ୍ୟାରିୟରର ୪୨ତମ ଶତକ ହାସଲ କରିଥିବା କୋହଲିଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୫୦ ଓଭରରେ ୭ ଉଇକେଟ ହରାଇ ୨୭୯ ରନ୍‌ କରିଥିଲା। ଦଳ ପାଇଁ କୋହଲି ସର୍ବାଧିକ ୧୨୦ ଓ ଯୁବ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ୭୧ ରନ୍‌ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରିଷଭ ପନ୍ତ (୨୦), ରୋହିତ ଶର୍ମା (୧୮), ରବୀନ୍ଦ୍ର ଜାଡେଜା (୧୬) ଓ କେଦାର ଯାଦବ (୧୬) ବଡ଼ ଇନିଂସ ଖେଳିବାରେ ବିଫଳ ହୋଇଥିଲେ। ଘରୋଇ ଦଳ ପାଇଁ କାର୍ଲୋସ ବ୍ରାଥଓ୍ବେଟ ୩ ଉଇକେଟ ନେଇଥିଲେ। ପରେ ବର୍ଷା ଯୋଗୁ ଡିଏଲଏସ୍‌ ନିୟମ ଅନୁଯାୟୀ ଓ୍ବେଷ୍ଟଇଣ୍ଡିଜ ଆଗରେ ୪୬ ଓଭରରେ ୨୭୦ ରନ୍‌ର ବିଜୟଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଇଭିନ ଲୁଇସଙ୍କ ୬୫ ଓ ନିକୋଲାସ ପୁରନଙ୍କ ୪୨ ରନ୍‌ର ଇନିଂସ ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ ଦଳ ୪୨ ଓଭରରେ ୨୧୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ସିରିଜ ଖେଳୁଥିବା କ୍ରିସ୍‌ ଗେଲ (୧୧) ଆଖିଦୃଶିଆ ପ୍ରଦର୍ଶନ କରିପାରି ନ ଥିଲେ। ତାଙ୍କ ଭଳି ଶାଇ ହୋପ (୫), ଶିମରୋନ ହେଟମାଇର (୧୮), ରୋଷ୍ଟନ ଚେଜ (୧୮), ଜାସୋନ ହୋଲ୍ଡର (୧୩*) ଓ ଶେଲ୍ଡନ କଟ୍ରେଲ (୧୭) ମଧ୍ୟ ଫେଲ୍‌ ମାରିଥିଲେ। ବିଜୟୀ ଦଳ ପକ୍ଷରୁ ଭୁବି ସର୍ବାଧିକ ୪ ଉଇକେଟ ନେଇଥିବାବେଳେ ମହମ୍ମଦ ସାମି ଓ କୁଲଦୀପ ଯାଦବ ୨ଟି ଲେଖାଏ ସଫଳତା ପାଇଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ- ୫୦ ଓଭରରେ ୨୭୯/୭ (ବିରାଟ କୋହଲି ୧୨୦, ଶ୍ରେୟାସ ଆୟାର ୭୧, କାର୍ଲୋସ ବ୍ରାଥଓ୍ବେଟ ୩/ ୫୩)।
ଓ୍ବେଷ୍ଟଇଣ୍ଡିଜ- ୪୨ ଓଭରରେ ୨୧୦/ ଅଲଆଉଟ୍‌ (ଇଭିନ ଲୁଇସ ୬୫, ନିକୋଲାସ ପୁରନ ୪୨, ଭୁବନେଶ୍ୱର କୁମାର ୪/୩୧, ମହମ୍ମଦ ସାମି ୨/୩୯)।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri