Posted inଖେଳ

କୋହଲିଙ୍କୁ ପଛରେ ପକାଇଲେ ସ୍ମିଥ

ଆଡିଲେଡ୍‌,୩୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଟେଷ୍ଟ କ୍ରିକେଟରେ ୭ ହଜାର ରନ୍‌ କରିବାରେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ହୋଇଯାଇଛନ୍ତି। ୧୯୪୬ଠାରୁ ତିଷ୍ଠି ରହିଥିବା ୭୩ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିବା ସହ ଭାରତୀୟ ବ୍ୟାଟିଂ ସେନସେଶନ ବିରାଟ କୋହଲିଙ୍କୁ ବହୁତ ପଛରେ ଛାଡ଼ି ଦେଇଛନ୍ତି। ପାକିସ୍ତାନ ବିପକ୍ଷ ଚଳିତ ଟେଷ୍ଟରେ ୩୦ ବର୍ଷୀୟ ସ୍ମିଥ ୩୬ ରନ୍‌ର ଇନିଂସ ଖେଳିଛନ୍ତି। ଏହି ଅବସରରେ ସେ ଏହି ମାଇଲଷ୍ଟୋନରେ ପହଞ୍ଚତ୍ଛନ୍ତି। ସେ କ୍ୟାରିୟରର ୧୨୬ତମ ଟେଷ୍ଟ ଇନିଂସରେ ୭ ହଜାର ରନ୍‌ ପୂରଣ କରିଛନ୍ତି। ପୂର୍ବରୁ ଏହି ରେକର୍ଡ ଇଂଲଣ୍ଡର ଓ୍ବାଲଟର ହାମ୍ମଣ୍ଡଙ୍କ ନାମରେ ଥିଲା। ସେ ୧୩୧ ତମ ଇନିଂସ ଏହି ମାଇଲଷ୍ଟୋନ ସ୍ପର୍ଶ କରିଥିଲେ। ଏହି ତାଲିକାରେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ଓ ସଚିନ ତେନ୍ଦୁଲକର ରହିଛନ୍ତି। ଦୁହେଁ ଏହି ମାଇଲଷ୍ଟୋନରେ ପହଞ୍ଚତ୍ବା ପାଇଁ ଯଥାକ୍ରମେ ୧୩୪ ଓ ୧୩୬ତମ ଇନିଂସରେ ନେଇଥିଲେ। ତେବେ କୋହଲିଙ୍କୁ ୭ ହଜାର ରନ୍‌ କରିବାକୁ ୧୩୮ଟି ଇନିଂସ ଖେଳିବାକୁ ପଡ଼ିଥିଲେ। ସମାନ ସଂଖ୍ୟକ ଇନିଂସରେ ଓ୍ବେଷ୍ଟଇଣ୍ଡିଜ ଗ୍ୟାରି ସୋବର୍ସ ଓ କୁମାର ସଙ୍ଗାକାରା ମଧ୍ୟ ୭ ହଜାର ରନ୍‌ ପୂରଣ କରିଥିଲେ। ସ୍ମିଥ କିମ୍ବଦନ୍ତୀ ଡନ ବ୍ରାଡମ୍ୟାନଙ୍କ କ୍ୟାରିୟରର ରନ୍‌ ୬,୯୯୬କୁ ଅତିକ୍ରମ କରି ଯାଇଛନ୍ତି। ସେ ଦେଶର ୧୧ତମ ବ୍ୟାଟ୍ସମ୍ୟାନ ଭାବେ ଟେଷ୍ଟରେ ୭୦୦୦ରୁ ଅଧିକ ରନ୍‌ କରିଛନ୍ତି। ଏଥିନେଇ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଟୁଇଟ୍‌ କରି ସ୍ମିଥଙ୍କୁ ଶୁଭେଚ୍ଛା ଦେଇଛି। ଉଲ୍ଲେକଥାଉ କି, ଏପର୍ଯ୍ୟନ୍ତ ୭୦ ଟେଷ୍ଟ ଖେଳିଥିବା ସ୍ମିଥ ୨୬ ଶତକ ବଳରେ ୭୦୧୩ ରନ୍‌ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?