Posted inଖେଳ

କୋହଲି,ରୋହିତଙ୍କୁ ଅପେକ୍ଷା କରୁଛି ରେକର୍ଡ

ଧର୍ମଶାଳା,୧୪।୯: ଏଠାରେ ରବିବାର ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବ୍ୟକ୍ତିଗତ ରେକର୍ଡ ଅଧିକାରୀ ହୋଇପାରନ୍ତି। ରୋହିତ ବର୍ତ୍ତମାନ ଟି୨୦ ଫର୍ମାଟରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ। ତାଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି କୋହଲି। ଦୁହିଁଙ୍କ ମଧ୍ୟରେ ୫୩ ରନ୍‌ର ବ୍ୟବଧାନ ରହିଛି। ରୋହିତ ୮୮ ଇନିଂସରେ ୨୪୨୨ ରନ୍‌ କରିଥିବାବେଳେ ୬୫ ଇନିଂସରେ କୋହଲି ୨୩୬୯ ରନ୍‌ କରିଛନ୍ତି। ଏଣୁ ରୋହିତ ଏକ ବଡ଼ ଇନିଂସ ଖେଳି ନିଜର ଅଗ୍ରଣୀ ବ୍ୟବଧାନକୁ ଅଧିକ ଦୂରକୁ ନେବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଅନ୍ୟପକ୍ଷରେ କୋହଲି ଏକ ଜବରଦସ୍ତ ଇନିଂସ ଖେଳି ରୋହିତଙ୍କୁ ପଛରେ ପକାଇବାକୁ ଚାହିଁବେ। କେବଳ ଏତିକି ନୁହେଁ ଆଉ ଏକ ତାଲିକାରେ ମଧ୍ୟ ଦୁହେଁ ଆଗପଛ ହୋଇ ରହିଛନ୍ତି। କୋହଲି ଓ ରୋହିତ ଏବେ ଟି୨୦ ଫର୍ମାଟରେ ସବୁଠୁ ଅଧିକ ଅର୍ଦ୍ଧଶତକ ଲଗାଇଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାର ଶୀର୍ଷରେ ରହିଛନ୍ତି। ରୋହିତ ଏପର୍ଯ୍ୟନ୍ତ ୧୭ ଅର୍ଦ୍ଧଶତକ ଓ ୪ ଶତକ ଲଗାଇସାରିଛନ୍ତି। କୋହଲିଙ୍କ ନାମରେ ୨୧ ଅର୍ଦ୍ଧଶତକ ରହିଛି, ଯାହାକି ଟି୨୦ରେ ସବୁଠୁ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?