Posted inଜାତୀୟ

କୌଣସି ବ୍ୟକ୍ତିଙ୍କ ନାମରେ ମିଳିିନି ଭୋଟ: ନୀତୀଶ

ନୂଆଦିଲ୍ଲୀ, ୧ା୬ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡ଼ିୟୁ ସାମିଲ ହୋଇ ନ ଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପାକୁ ଟାର୍ଗେଟ କରି ବିଷ ଓକାଳିଛନ୍ତି। ସାରା ଦେଶରେ ମୋଦି ହାଓ୍ବା ଏନ୍‌ଡିଏକୁ ବିପୁଳ ବିଜୟ ଆଣିଦେଇଥିବା କୁହାଯାଉଥିବାବେଳେ ବିହାରରେ କୌଣସି ବ୍ୟକ୍ତିଙ୍କ ନାମରେ ଏନ୍‌ଡିଏକୁ ଲୋକେ ଭୋଟ ଦେଇନାହାନ୍ତି ବୋଲି ଜେଡିୟୁ ନେତା ନୀତୀଶ କୁମାର କହିଛନ୍ତି। ବିହାରରେ ଏନ୍‌ଡିଏର ବିଜୟ ହେଉଛି ବିହାରବାସୀଙ୍କ ବିଜୟ। ଏନେଇ କେହି ଭ୍ରମରେ ପଡ଼ିବା ଠିକ୍‌ ନୁହେଁ ବୋଲି ସେ ପ୍ରକାଶ କରିଛନ୍ତି।
ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ପାଟ୍‌ନା ଫେରିବା ପରେ ଗଣମାଧ୍ୟମକୁ ନୀତୀଶ କହିଛନ୍ତି,
କେନ୍ଦ୍ର ସରକାରରେ ଜେଡିୟୁକୁ ଗୋଟିଏ ମନ୍ତ୍ରୀ ପଦ ଦେବାକୁ ସ୍ଥିର ହୋଇଥିଲା। ଆମେ କିନ୍ତୁ ସମାନୁପାତିକ ପ୍ରତିନିଧିତ୍ୱ ଚାହିଁଥିଲୁ। ଏନଡିଏର ପ୍ରତ୍ୟେକ ସହଯୋଗୀ ଦଳକୁ ଗୋଟିଏ ଲେଖାଏ ମନ୍ତ୍ରୀ ପଦ ମିଳିବ ବୋଲି ନିଷ୍ପତ୍ତି ନିଆଯାଇଥିବା ଅମିତ୍‌ ଶାହ କହିଥିଲେ। ଜେଡିୟୁକୁ କେନ୍ଦ୍ରରେ ଗୋଟିଏ ମନ୍ତ୍ରୀ ପଦ ମିଳିବା ଗ୍ରହଣଯୋଗ୍ୟ ନୁହେଁ। ସାଂକେତିକ ନୁହେଁ, ବରଂ ସମାନୁପାତିକ ପ୍ରତିନିଧିତ୍ୱକୁ ମଧ୍ୟ ଗୁୁରୁତ୍ୱ ଦିଆଯିବା ଉଚିତ୍‌ ବୋଲି ନୀତୀଶ କହିଥିଲେ। ହେଲେ ଏହାକୁ ଗ୍ରହଣ କରାଯାଇ ନ ଥିଲା। ଶେଷରେ ଜେଡିୟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଓହରିଆସିଲା। ତେବେ ଏନ୍‌ଡିଏର ସହଯୋଗୀ ହୋଇ ଆମେ ରହିଛୁ ବୋଲି ନୀତୀଶ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାମ ଜି ବିଲ୍ ପାସ୍ ବିରୋଧରେ ବିରୋଧୀଙ୍କ ରାତିସାରା ଧାରଣା

ନୂଆଦିଲ୍ଲୀ,୧୯ା୧୨: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri