କ୍ବାରାଣ୍ଟାଇନ ଫାଟକ ଜଗିଲେ ସରପଞ୍ଚ

ଗୋପ,୧୧ା୫(ଡି.ଏନ.ଏ): ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆ ନିଜ ଗ୍ରାମକୁ ବହୁ ସଂଖ୍ୟାରେ ଫେରୁଥିବାରୁ ରାଜ୍ୟ ସରକାର ପଞ୍ଚାୟତର ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଥିଲେ। ତେବେ ପ୍ରଥମ କରି ଗୋପ ବ୍ଲକ ସୁତନ ପଞ୍ଚାୟତର ସରପଞ୍ଚ ବିଳାସିନୀ ବେହେରା ଏହି କ୍ଷମତାକୁ କାର୍ଯ୍ୟରେ ଲଗାଇବା ସହ କ୍ବାରାଣ୍ଟାଇନ ସମ୍ମୁଖରେ ବାଡ଼ି ଧରି ଜଗି ରହିଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ସୁତନ ପଞ୍ଚାୟତରେ ଥିବା ଅସ୍ଥାୟୀ କ୍ବାରାଣ୍ଟାଇନ ସେଣ୍ଟରରେ ଏବେ ପ୍ରବାସୀମାନେ ରହିବା ପରେ ପ୍ରବାସୀଙ୍କ ସମ୍ପର୍କୀୟମାନଙ୍କ ଭିଡ଼ ଲାଗିରହିଥିଲା। ଏପରି ଘଟଣାକୁ ପଞ୍ଚାୟତରେ ଅସନ୍ତୋଷ ଦେଖା ଦେଇଥିଲା। ଏପରି ଅଭିଯୋଗକୁ ନେଇ ସରପଞ୍ଚ ବେହେରା ସୋମବାର ସକାଳେ ଏକ ବାଡ଼ି ଧରି ଫାଟକ ସମ୍ମୁଖରେ ବସି ରହିବା ସହ ରହିଥିବା ପ୍ରବାସୀଙ୍କ ସମ୍ପର୍କୀୟମାନଙ୍କୁ ଏଠାକୁ ଆସିଲେ ତୁମମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ସରପଞ୍ଚଙ୍କ ଏପରି କ୍ଷମତାକୁ ନେଇ ଏବେ ବ୍ଲକ ଅଞ୍ଚଳରେ ଲୋକେ ପ୍ରଶଂସା କରିଛନ୍ତି। ଏ ସମ୍ପର୍କରେ ସରପଞ୍ଚଙ୍କୁ ପଚାରିବାରେ ସରକାରଙ୍କ ଏହି ନିର୍ଦ୍ଦେଶନାମାକୁ କାର୍ଯ୍ୟକାରି କରିଥିବା କଥା କହିଥିବାବେଳେ ଯେପରି ମୋ ପଞ୍ଚାୟତରେ କରୋନା ମହାମାରୀ ନ ବ୍ୟାପେ ସେଥିପ୍ରତି ଦୃଷ୍ଟି ଦେବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri