କ୍ରାଇମବ୍ରାଞ୍ଚ ତଦନ୍ତ ଦାବିରେ ଥାନା ଘେରାଉ

ପାଲଲହଡା,୨୦ା୧(ଡି.ଏନ.ଏ.)-ଆଦିବାସୀ ଯୁବକ ବୁଧୁରାମ କୂଂକାଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ, କ୍ଷତିପୂରଣ ପ୍ରଦାନ ଏବଂ ଦୋଷୀ ବନକର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ସ୍ଥାନୀୟ ଆଦିବାସୀ ମଞ୍ଚ ଏବଂ ହୋ ସମାଜ ପକ୍ଷରୁ ପାଲଲହଡା ଥାନା ଘେରାଉ କରାଯାଇଛି। ଆଦିବାସୀ ନେତା ଲକ୍ଷ୍ମଣ ହେମ୍ବ୍ରମ, ଚନ୍ଦ୍ରମୋହନ ମୁଣ୍ଡୁରୀ, ଈଶ୍ବରଚନ୍ଦ୍ର ପିଙ୍ଗୁଆଙ୍କ ନେତୃତ୍ୱରେ ୧୦୦ରୁ ଊର୍ଦ୍ଧ୍ୱ ଆଦିବାସୀ ମହିଳାପୁରୁଷ ଏକ ଶୋଭାଯାତ୍ରାରେ ଆସି ଥାନା ସମ୍ମୁଖରେ ପହଞ୍ଚି ଧାରଣା ଦେଇଥିଲେ। ପରେ ମୃତ ବୁଧୁରାମଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା, ସ୍ତ୍ରୀଙ୍କୁ ସରକାରୀ ଚାକିରି ପ୍ରଦାନ ଏବଂ ବୁଧୁରାମଙ୍କୁ ହତ୍ୟା କରିଥିବା ଫରେଷ୍ଟର ଓ ବନକର୍ମଚାରୀଙ୍କୁ ଚାକିରିରୁ ବାରଖାସ୍ତ କରାଯାଇ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦାବି କରିଥିଲେ। ଖବରପାଇ ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ ଘଟଣାସ୍ଥଳରେ ପହଞ୍ଚି ଆଦିବାସୀ ନେତାଙ୍କ ସହ ଆଲୋଚନା କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ପରେ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଆଦିବାସୀ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପାଲଲହଡା ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଆଗମୀ ଦିନରେ ଯଦି ସମସ୍ତ ଦାବି ପୂରଣ କରା ନ ଯାଏ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି। ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଥାନା ସମ୍ମୁଖରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri