Posted inଖେଳ

କ୍ରିକେଟ ପରେ ଏବେ ଅଭିନୟରେ ଜଲଓ୍ବା ଦେଖାଇବେ ଯୁବରାଜ ସିଂ

ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ କ୍ରିକେଟରୁ ଅବସର ନେବା ପରେ ବିଭିନ୍ନ ଟି୨୦ ଲିଗ୍‌ରେ ନଜର ଆସିଥିଲେ। ଏବେ କ୍ରିକେଟ ଛାଡି ଅଭିନୟ ଜଗତରେ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ଏକ ଓ୍ବେବ୍‌ ସିରିଜ୍‌ରେ ସ୍ତ୍ରୀ ହେଜେଲ କିଚ୍‌ ଏବଂ ଜୋରାଭର ସିଂଙ୍କ ସହ ନଜର ଆସିବେ ବୋଲି ଜଣାପଡିଛି। ପୂର୍ବରୁ ହେଜେଲ ବଡିଗାର୍ଡ, ବିଲ୍ଲା ଏବଂ ହିର୍‌-ହିରୋ ଫିଲ୍ମରେ ଅଭିନୟ କରିସାରିଛନ୍ତି। ଆସାମସ୍ଥିତ ’ଡ୍ରିମ୍‌ ହାଉସ୍‌ ପ୍ରଡକସନ୍‌’ ସହଯୋଗରେ ନିର୍ମାଣ କରାଯାଉଥିବା ଏହି ଓ୍ବେବ୍‌ ସିରିଜ୍‌ରେ ମୁଖ୍ୟ ଭୂମିକାରେ ନଜର ଆସିବେ ଜୋରାଭର। ଯୁବରାଜଙ୍କ ମା’ ଶବନମ୍‌ ମଧ୍ୟ ଏହି ଓ୍ବେବ୍‌ ସିରିଜ୍‌ ସହ ଯୋଡି ହୋଇଛନ୍ତି। ୩୮ବର୍ଷୀୟ ଯୁବରାଜ ନିକଟରେ ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁରେ ପ୍ରଭାବିତ ଲୋକଙ୍କ ଆର୍ଥିକ ସହାୟତା ପାଇଁ ଏକ ଚାରିଟି ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri