Posted inଖେଳ

କ୍ରିକେଟରୁ ସାମୟିକ ବିରତି ନେଲେ ମ୍ୟାକ୍ସଓ୍ବେଲ୍‌

ମେଲବୋର୍ନ, ୩୧।୧୦ (ପି.ଟି.)- ଅଷ୍ଟ୍ରେଲିଆ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗ୍ଲେନ ମ୍ୟାକ୍ସଓ୍ବେଲ ମାନସିକ ସ୍ବାସ୍ଥ୍ୟ ସମ୍ବନ୍ଧ କାରଣ ଲାଗି ‘ସାମୟିକ’ ସମୟ ପାଇଁ କ୍ରିକେଟରୁ ବିରତି ନେଇଛନ୍ତି। ଫଳରେ ଭ୍ରମଣକାରୀ ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଟି୨୦ ସିରିଜର ବଳକା ମ୍ୟାଚ୍‌ ଲାଗି ତାଙ୍କ ସ୍ଥାନରେ ଡି ଆର୍ସି ଶର୍ଟଙ୍କୁ ଦଳରେ ସାମିଲ କରାଯାଇଛି। କ୍ରିକେଟ୍‌ ଅଷ୍ଟ୍ରେଲିଆ ପକ୍ଷରୁ ଏକ ବିଜ୍ଞପ୍ତିରେ ଗୁରୁବାର ଏହା କୁହାଯାଇଛି। କ୍ରିକେଟ୍‌ ଅଷ୍ଟ୍ରେଲିଆ ପକ୍ଷରୁ ଏଥିରେ ଉଲ୍ଲେଖ କରାଯାଇଛି ଯେ, ମ୍ୟାକ୍ସଓ୍ବେଲ ତାଙ୍କ ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଦଳର ସପୋର୍ଟ ଷ୍ଟାଫ୍‌ ଓ ତାଙ୍କ ଘରୋଇ ଟିମ୍‌ ଭିକ୍ଟୋରିଆକୁ ଅବଗତ କରାଇଥିଲେ। ଫଳରେ କ୍ରିକେଟ୍‌ ଅଷ୍ଟ୍ରେଲିଆର ମନୋବିଜ୍ଞାନୀ ଡ. ମାଇକେଲ ଲୟଡ୍‌ ତାଙ୍କୁ ସାମୟିକ ସମୟ ଲାଗି କ୍ରିକେଟ୍‌ରୁ ବିରତି ନେବା ପାଇଁ ପରାମର୍ଶ ଦେଇଥିଲେ। ଏହି ସମୟ ମଧ୍ୟରେ ମ୍ୟାକ୍ସଓ୍ବେଲ ତାଙ୍କ ମାନସିକ ସ୍ବାସ୍ଥ୍ୟ ସମସ୍ୟା ଦୂର କରିବାକୁ ଚେଷ୍ଟା କରିବେ ବୋଲି ଜଣାପଡ଼ିଛି।
ଶ୍ରୀଲଙ୍କା ବିପକ୍ଷରେ ରବିବାର ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ମ୍ୟାକ୍ସଓ୍ବେଲ ବିସ୍ଫୋରକ ବ୍ୟାଟିଂ କରି ମାତ୍ର ୨୮ ବଲରୁ ୬୨ ରନର ଦ୍ରୁତ ଇନିଂସ ଖେଳିଥିଲେ। ଏହା ମଧ୍ୟରେ ୭ ଚୌକା ଓ ୩ ଛକା ସାମିଲ ରହିଥିଲା। ଡେଭିଡ୍‌ ଓ୍ବାର୍ନର ମଧ୍ୟ ଏହି ମ୍ୟାଚ୍‌ରେ ଶତକୀୟ ଇନିଂସ ଖେଳି ଅଷ୍ଟ୍ରେଲିଆକୁ ୧୩୪ ରନରେ ବିଜୟୀ କରାଇଥିଲେ। ଏହାପରେ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦କୁ ମଧ୍ୟ ୯ ଉଇକେଟ୍‌ରେ ଜିତି ଅଷ୍ଟ୍ରେଲିଆ ୨-୦ରେ ଆଗୁଆ ସିରିଜ କବ୍‌ଜା କରିନେଇଛି। ସିରିଜର ଅନ୍ତିମ ତଥା ୩ୟ ମ୍ୟାଚ୍‌ ଶୁକ୍ରବାର ମେଲବୋର୍ନରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri