Posted inଖେଳ

କ୍ରିକେଟରେ ୧୫ ବର୍ଷ ପୂରଣ କଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। କ୍ୟାପେଟନ କୁଲ ଭାବେ ପରିଚିତ ଧୋନୀକୁ ସବୁ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ୨୦୦୪ମସିହାରେ ଡିସେମ୍ବର ୨୩ରେ ବାଂଲାଦେଶ ବିପକ୍ଷରେ ଦିନିକିଆ କ୍ୟାରିଅର ଆରମ୍ଭ କରିଥିଲେ ମାହି। ଡେବ୍ୟୁ ମ୍ୟାଚ୍‌ରେ ସେ ଖାତା ଖୋଲିବା ବିନା ରନ୍‌ଆଉଟ୍‌ ହୋଇଥିଲେ। ୨୦୦୫ମସିହାରେ ଡିସେମ୍ବର ୨ତାରିଖରେ ଶ୍ରୀଲଙ୍କା ବିରୋଧରେ ଟେଷ୍ଟ ଡେବ୍ୟୁ କରିଥିଲେ । ଦିନିକିଆ କ୍ରିକେଟରେ ବିଶ୍ୱର ଶ୍ରେଷ୍ଠ ଫିନିସର ଭାବେ ଜଣାଶୁଣା ଧୋନୀ। ଦିନିକିଆରେ ଏବେ ସୁଦ୍ଧା ୩୫୦ଟି ଦିନିକିଆ ମ୍ୟାଚ ଖେଳିଥିବା ବେଳେ ୧୦,୭୭୩ ରନ କରିଛନ୍ତି। ୧୦ଟି ଶତକ ସହ ୧୮୩ରନ ହେଉଛି ଧୋନୀଙ୍କ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ୯୦ଟି ଟେଷ୍ଟରେ ୪୮୭୬ରନ ସଂଗ୍ରହ କରିଛନ୍ତି। ଓ୍ବିକେଟ ପଛରେ ଧୋନୀଙ୍କ ବିଚକ୍ଷଣ ବୁଦ୍ଧି ପାଇଁ ସବୁବେଳେ ଚର୍ଚ୍ଚାରେ ଥାନ୍ତି ଧୋନି। ଭାରତକୁ ଟି-୨୦ବିଶ୍ୱକପ, ୨୦୧୧ ଦିନିକିଆ ବିଶ୍ୱକପ, ଚମ୍ପିଆନ ଟ୍ରଫି ଦେଇଛନ୍ତି ଧୋନୀ। ତେବେ ୨୦୧୯ ବିଶ୍ୱକପ୍‌ ପରେ ଧୋନୀ କ୍ରିକେଟରୁ ନିଜକୁ ଦୂରେଇ ରଖିଛନ୍ତି। ସେ ପୁଣି କେବେ କ୍ରିକେଟକୁ ଫେରିବେ ତାହା ଏବେ ପ୍ରଶ୍ନ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri