Posted inଖେଳ

କ୍ରିକେଟ୍‌ରୁ ବ୍ରେକ୍‌ ନେଲେ ନବୀନ

କାବୁଲ,୭।୧:ଆଫଗାନିସ୍ତାନର ଦ୍ରୁତ ବୋଲର ନବୀନ ଉଲ ହକ କ୍ରିକେଟ୍‌ରୁ ବ୍ରେକ୍‌ ନେଇଛନ୍ତି। ସେ ମାତ୍ର ୭ଟି ଦିନିକିଆରେ ନିଜର ବୋଲିଂ ଯାଦୁ ଦେଖାଇଥିଲେ। କିନ୍ତୁ ଏବେ କ୍ରିକେଟରୁ ବିରତି ନେଇ ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଛନ୍ତି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପକୁ ଦୃଷ୍ଟିରେ ରଖି ସେ ଏହି ନିଷ୍ପତ୍ତି ନେବା ପଛର କାରଣ ଦର୍ଶାଇଛନ୍ତି। ସେ ବିଶ୍ୱକପ ପାଇଁ ମାନସିକ ଏବଂ ଶାରୀରିକ ସ୍ତରରେ ଫିଟ ହେବାକୁ ଚାହୁଁଛନ୍ତି। ନବୀନ ୨୦୧୬ ରେ ନିଜର ଦିନିକିଆ ଡେବ୍ୟୁ କରିଥିଲେ ଏବଂ ଗତ ବର୍ଷ ଜାନୁଆରୀରେ ଶେଷ ଥର ପାଇଁ ଖେଳିଥିଲେ। ସେ ଆଫଗାନିସ୍ତାନ ପାଇଁ ଟି -୨୦ କ୍ରିକେଟ ପାଇଁ ଉପଲବ୍ଧ ହେବେ। ଶେଷ ଥର ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଆଇପିଏଲ ଟି -୨୦ ବିଶ୍ୱକପ ୨୦୨୧ରେ ତାଙ୍କୁ ଦେଖିବାକୁ ମିଳିଥିଲା। ସେ ଟୁର୍ନାମେଣ୍ଟରେ ୫ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri