କ୍ରୀଡ଼ାମନ୍ତ୍ରୀଙ୍କ ୨ ଦିନିଆ କନ୍ଧମାଳ ଗସ୍ତ

ଫୁଲବାଣୀ ଅଫିସ,୧୬ା୧୨-ଆଇଟି ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାର କାନ୍ତି ବେହେରା ରବିବାର ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସିଛନ୍ତି। ମନ୍ତ୍ରୀ ପ୍ରଥମ ଦିନ ବିଭିନ୍ନ ଷ୍ଟାଡିୟମ ବୁଲି ଦେଖିବା ସହ ସ୍ଥିତି ପରଖିଛନ୍ତି। କନ୍ଧମାଳ ଷ୍ଟାଡ଼ିୟମ ଯାଇ ହଷ୍ଟେଲରେ ଅନ୍ତେବାସୀଙ୍କୁ ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ। ସେଠାରେ ଛାତ୍ରମାନଙ୍କ ସହ ମଧ୍ୟାହ୍ନଭୋଜନ କରିଥିଲେ। ପରେ ମନ୍ତ୍ରୀ ଫୁଲବାଣୀ ମ୍ୟୁନିସିପାଲିଟି ଦ୍ୱାରା ନିର୍ମିତ ଏଜେଓ ହାଇସ୍କୁଲ ପଡ଼ିଆ ମିନି ଷ୍ଟାଡ଼ିୟମ, ଓପନ୍‌ ଏୟାର ଜିମ୍‌ ବୁଲିଥିଲେ ା
ଏହାପରେ ଫୁଲବାଣୀ ବ୍ଲକ ଅନ୍ତର୍ଗତ ବୁଢାଦାନିସ୍ଥିତ ମିନି ଷ୍ଟାଡ଼ିୟମ ବୁଲିବା ସହିତ ସ୍ଥାନୀୟ କ୍ରୀଡ଼ାବିତମାନଙ୍କ ସହିତ କ୍ରୀଡ଼ା ସମ୍ପର୍କରେ କଥା ହୋଇଥିଲେ। ଆଇଟିଡ଼ିଏ ଦ୍ୱାରା ନିର୍ମିତ ହୋଇଥିବା ଇ-ଲାଇବ୍ରେରି ଦେଖି ମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ ା କନ୍ଧମାଳ ଜିଲାରେ ଏପରି ଲାଇବ୍ରେରି ହୋଇଥିବାରୁ ଜିଲା ପ୍ରଶାସନକୁ ଧନ଼୍ୟବାଦ ଦେବା ସହ ରାଜ୍ୟର ସମସ୍ତ ଜିଲାରେ ଏହା କରାଯିବା ଉଚିତ ବୋଲି କହିଥିଲେ। ପରେ ମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ବାଲିଗୁଡ଼ା ଯାଇଥିଲେ। ଫୁଲବାଣୀ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବୀରେନ୍ଦ୍ର କୁମାର ଦାସଙ୍କ ସହ ଅନ୍ୟମାନେ ମନ୍ତ୍ରୀଙ୍କ ଗସ୍ତ ବେଳେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍‌, ଭିତରେ ବସିଥିଲେ ଯାତ୍ରୀ

କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍‌ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri