Posted inଖେଳ

‘କ୍ଷତାକ୍ତ ସତ୍ତ୍ୱେ ବ୍ୟାଟିଂ କରିଥିଲେ ଓ୍ବାଟ୍‌ସନ’

ନୂଆଦିଲ୍ଲୀ, ୧୫।୫(ପି.ଟି.)- ଆଇପିଏଲ୍‌ ଫାଇନାଲରେ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ରୋମାଞ୍ଚକ ଭାବେ ୧ ରନରେ ପରାସ୍ତ କରି ରୋହିତ୍‌ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ ହୋଇଥିଲା। ଏହି ମ୍ୟାଚ୍‌ରେ ଚେନ୍ନାଇର ଓପନିଂ ବ୍ୟାଟ୍ସମ୍ୟାନ ଶେନ୍‌ ଓ୍ବାଟସନ ୫୯ ବଲରୁ ୮୦ ରନର (୮ ଚୌକା, ୪ ଛକା) ମାରାଥନ ଇନିଂସ ଖେଳିଥିଲେ ମଧ୍ୟ ଦଳକୁ ଜିତାଇପାରି ନ ଥିଲେ। ତେବେ ବ୍ୟାଟିଂବେଳେ ଓ୍ବାଟସନଙ୍କ ଆଣ୍ଠୁରେ ଗୁରୁତର ଆଘାତ ଲାଗି ରକ୍ତ ବାହାରୁଥିଲେ ମଧ୍ୟ ସେ ଖେଳ ଜାରି ରଖିଥିତ୍ବା ଘଟଣା ଏବେ ଜଣାପଡ଼ିଛି। ପଡ଼ିଆର ଚତୁଃପାର୍ଶ୍ୱରେ ରହିଥିବା କ୍ୟାମେରାମ୍ୟାନ ଯେତେବେଳେ ଏହି ଘଟଣାକୁ ଧରି ପାରି ନ ଥିଲେ ଓ୍ବାଟ୍‌ସନଙ୍କ ଟିମ୍‌ମେଟ୍‌ ହରଭଜନ ସିଂ ମଙ୍ଗଳବାର ଏହା ଉପରୁ ଫର୍ଦ୍ଦା ଉଠାଇଛନ୍ତି। ମ୍ୟାଚ୍‌ ପରେ ଓ୍ବାଟସନ ଆଣ୍ଠୁରେ ୬ଟି ଷ୍ଟିଚ୍‌ ପକାଯାଇଥିଲା। ଓ୍ବାଟସନଙ୍କ ଏକ ଫଟୋକୁ ହରଭଜନ ସୋସିଆଲ ମିଡିଆରେ ଶେୟାର କରି ଉଲ୍ଲେଖ କରିଛନ୍ତି ଯେ, ‘ଓ୍ବାଟସନଙ୍କ ଆଣ୍ଠୁରେ ରକ୍ତକୁ ଦେଖିପାରୁଛନ୍ତି.. ମ୍ୟାଚ୍‌ ପରେ ତାଙ୍କ ଆଣ୍ଡୁରେ ୬ଟି ଷ୍ଟିଚ୍‌ ପଡ଼ିଥିଲା.. ଡ୍ରାଇଭ ମାରିଥିବାବେଳେ ସେ ଆଘାତ ହୋଇଥିଲେ ମଧ୍ୟ କାହାକୁ କିଛି ନ କହି ବ୍ୟାଟିଂ ଜାରି ରଖିଥିଲେ’। ହରଭଜନଙ୍କ ପରେ ଚେନ୍ନାଇର ଅଫିସିଆଲ ଟୁଇଟର୍‌ ପେଜ୍‌ରେ ମଧ୍ୟ ସମାନ ଫଟୋ ଶେୟାର କରାଯାଇଥିଲା। ଏହି ଘଟଣାରେ ପ୍ରଶଂସକମାନେ ଅଷ୍ଟ୍ରେଲୀୟ ଅଲ୍‌ରାଉଣ୍ଡର ଓ୍ବାଟ୍‌ସନଙ୍କୁ ବେଶ୍‌ ପ୍ରଶଂସା କରିଥିଲେ। ଆଇପିଏଲ୍‌ର ଆସନ୍ତା ସଂସ୍କରଣରେ ମଧ୍ୟ ଓ୍ବାଟସନ ଓପନର ଭାବେ ପ୍ରତ୍ୟାବର୍ତ୍ତନ କରନ୍ତୁ ବୋଲି ଅନେକ ପ୍ରଶଂସକ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri