କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି: ୫ ଦିନ ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ ଦିଅ

ଭଦ୍ରକ ଅଫିସ,୧୧।୧୧- ବାତ୍ୟା ବୁଲ୍‌ବୁଲ୍‌ ଶନିବାର ସନ୍ଧ୍ୟାରେ ଓଡ଼ିଶା ଉପକୂଳ ଅତିକ୍ରମ କରି ପଶ୍ଚିମବଙ୍ଗ ନିକଟସ୍ଥ ସାଗରଦ୍ୱୀପରେ ସ୍ଥଳଭାଗ ଛୁଇଁଛି। ଏହା ଓଡ଼ିଶା ଉପକୂଳ ଅତିକ୍ରମ କରିବା ବେଳେ ଭଦ୍ରକ ଜିଲାର ଚାନ୍ଦବାଲି, ଧାମରା ଓ ବାସୁଦେବପୁରରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନିଲ କୁମାର ସାମଲ ରବିବାର ଭଦ୍ରକ ଗସ୍ତରେ ଆସି ଚାନ୍ଦବାଲିର ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ବୁଲିବା ସହ ସମସ୍ତ କ୍ଷୟକ୍ଷତିର ସମୀକ୍ଷା କରି ଫେରିଛନ୍ତି। ଚାନ୍ଦବାଲି ଓ ବାସୁଦେବପୁର ଅଞ୍ଚଳରେ ଅଧିକ କ୍ଷୟକ୍ଷତି ଘଟିଥିବା ଚାନ୍ଦବାଲି ବ୍ଲକ କାର୍ଯ୍ୟାଳୟରେ ବିଭିନ୍ନ ଅଧିକାରୀ ଓ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କ ସହ ଆଲୋଚନା ବେଳେ ସୂଚନା ଦିଆଯାଇଥିଲା। ସେଠାରେ କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟକୁ ସେ ତର୍ଜମା କରିଥିଲେ। ଚାନ୍ଦବାଲିରୁ ତିହିଡ଼ି ଆସିବା ରାସ୍ତାରେ କ୍ଷତିଗ୍ରସ୍ତ ଚାଷଜମି ଓ ଗଁା ବୁଲି ଦେଖିଥିଲେ। ଶେଷରେ ଅପରାହ୍ନରେ ଭଦ୍ରକ ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ଅଧିକାରୀମାନଙ୍କ ସହ ଆର୍‌ଡିସି ଆଲୋଚନା କରି କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଆଗାମୀ ୫ ଦିନ ମଧ୍ୟରେ ଚାଷଜମି କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିବାକୁ ସେ ଅତିରିକ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରାଜସ୍ବ ଓ କୃଷି ବିଭାଗ ମିଳିତ ଭାବେ କ୍ଷୟକ୍ଷତିର ପୂର୍ଣ୍ଣାଙ୍ଗ ଆକଳନ କରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ଓ ହିତାଧିକାରୀ ଯେଭଳି ବାଦ୍‌ ନ ପଡ଼ନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ସେ ତାଗିଦ୍‌ କରିଥିଲେ।
ଭଦ୍ରକ ଜିଲାର ୭ଟି ବ୍ଲକର ୯୮୦ ଗଁାର ୫ ଲକ୍ଷ ୫୦ ହଜାର ଲୋକ ବୁଲ୍‌ବୁଲ୍‌ ବାତ୍ୟାରେ ପ୍ରଭାବିତ ହୋଇଥିବା ପ୍ରାଥମିକ ଭାବେ ଆକଳନ କରାଯାଇଛି। ମୋଟ ୪,୪୯୪ ଘର ଭାଙ୍ଗିଛି। ୩ ଶହ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ନଷ୍ଟ ହୋଇଯାଇଥିବା ବେଳେ ୧୦୦ ଟି ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ଓଲଟି ପଡ଼ିଛି। ୮ଟି ୩୩ କେଭି ଖୁଣ୍ଟ ଭାଙ୍ଗି ପଡ଼ିଥିବାବେଳେ ୩୦ଟି ଟ୍ରାନ୍ସଫର୍ମର ଭୁଇଁରେ ଲୋଟି ପଡ଼ିଛି। ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ୧୫୬ ରାସ୍ତା ଅବରୋଧ ହୋଇଥିଲା। ବର୍ତ୍ତମାନ ସମସ୍ତ ରାସ୍ତା ଉପରୁ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ହଟେଇ ଦିଆଯାଇଥିବା ସୂଚନା ମିଳିଛି। ଉଦ୍ଧାର କାର୍ଯ୍ୟରେ ୨ଟି ଓଡ୍ରାଫ୍‌, ଗୋଟିଏ ଏନ୍‌ଡିଆର୍‌ଏଫ୍‌ ଏବଂ ଅଗ୍ନିଶମ ବିଭାଗର ୬ଟି ଟିମ୍‌ ନିୟୋଜିତ ଥିଲେ। ଏହି ବାତ୍ୟାରେ ୬ ଗୃହପାଳିତ ପ୍ରାଣୀଙ୍କର ମୃତ୍ୟୁ ଘଟିଛି। ଜିଲାରେ ୬୧ ହଜାର ଏକର ଚାଷଜମି କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri