କ୍ଷତିପୂରଣ ଦାବି କଲେ ଚାଷୀ

ଭଦ୍ରକ ଅଫିସ, ୨୮ା୫- ବାତ୍ୟା ଅମ୍ଫନ୍‌ ଓଡ଼ିଶାରେ ଅତ୍ୟନ୍ତ କ୍ଷତିଗ୍ରସ୍ତ କରିଛି। ମୁଖ୍ୟତଃ ଏହାଦ୍ୱାରା ଚାଷୀ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଭଦ୍ରକ ଜିଲାର ଚାଷୀ, କୃଷି ଶ୍ରମିକ, ମାଛଧରା ଶ୍ରମିକ ମାନଙ୍କୁ କ୍ଷତିପୂରଣ ଯୋଗାଇ ଦେବା ଦାବି ନେଇ ଓଡ଼ିଶା କୃଷକ ସଭା ଭଦ୍ରକ ଜିଲା କମିଟି ପକ୍ଷରୁ ଏକ ପ୍ରତିନିଧି ଦଳ ବୁଧବାର ଜିଲାପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଚାନ୍ଦବାଲି ବ୍ଲକର ଧାମରା, ଚର୍ଦିଆ, ଆରଡି ଓ ବାସୁଦେବପୁର ବ୍ଲକର ଚାନ୍ଦିମାଳ, ବିଦେଇପୁର, ଚୁଡ଼ାମଣି ଆଦି ଅଞ୍ଚଳର ୫୦,୦୦୦ରୁ ଊର୍ଦ୍ଧ୍ୱ ହେକ୍ଟର ଚାଷ ଜମିରେ ଲୁଣା ପାଣି ମାଡ଼ିଯାଇଛି। ୪୫୦୦ରୁ ଊର୍ଦ୍ଧ୍ୱ ଘର ଜିଲାରେ ଭାଙ୍ଗିଯାଇଛି। ୫୦୦ରୁ ଅଧିକ ମାଛଧରା ଡଙ୍ଗା ଭାଙ୍ଗି ଯାଇଛି। ସମସ୍ତ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘର ନିର୍ମାଣ, କରୋନା ଭୂତାଣୁ ଜନିତ ଲକ୍‌ଡାଉନ ଫଳରେ କାମ ହରାଇ ଥିବା ପରିବାର ଗୁଡିକୁ ମାସିକ ୧୦ହଜାର ଟଙ୍କା ପ୍ରଦାନ, ସମସ୍ତ କୃଷି ଋଣ ଛାଡ଼ କରାଯିବା ଆଦି ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏହି ପ୍ରତିନିଧି ଦଳ ଏକ ସ୍ମାରକପତ୍ର ଜିଲା ପ୍ରଶାସନ ମାଧ୍ୟମରେ ପଠାଇଥିଲେ। ଏହି ପ୍ରତିନିଧି ଦଳରେ ଓଡ଼ିଶା କୃଷକ ସଭା ଭଦ୍ରକ ଜିଲା ସଭାପତି ଚନ୍ଦ୍ର ଶେଖର ନାୟକ, ଜିଲା ଯୁଗ୍ମ ସମ୍ପାଦକ ବିକାଶ ନାଥ, କୋଷାଧ୍ୟକ୍ଷ ଅଭିରାମ ବଳ, ଏସ୍‌ଏଫ୍‌ଆଇ ଭଦ୍ରକ ଜିଲା ଆବାହକ କୁନା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri