କ୍ଷତିପୂରଣ ପ୍ରତିଶ୍ରୁତି ପରେ ହେଲା ଶବ ଦାହ

ରୂପ୍‌ସା/ବସ୍ତା/ଲଙ୍ଗଳେଶ୍ୱର, ୨୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ଆଳୁମେଦା ଗ୍ରାମର ଯୁବକ ନୀଳକଣ୍ଠ ବେହେରା (୩୫) ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଥିଲା। ସେ ବିଲରେ ଧାନ ତଳି ପକାଇବା ପାଇଁ କାଦୁଅ କରୁଥିବା ବେଳେ ସେହି ଗ୍ରାମର ମୃତ୍ୟୁଞ୍ଜୟ ମହାନ୍ତିଙ୍କ ସେଲୋରେ ବ୍ୟବହୃତ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ଗୁରୁତର ଅବସ୍ଥାରେ ଆହତ ନୀଳକଣ୍ଠଙ୍କୁ ସ୍ଥାନୀୟ ଲୋକେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଏନେଇ ମେଡିକାଲ ଫାଣ୍ଡିରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି। ପରିବାର ଲୋକେ ରାତିରେ ମୃତଦେହ ଆଣି ମୃତ୍ୟୁଞ୍ଜୟଙ୍କ ଘର ସମ୍ମୁଖରେ ରଖି କ୍ଷତିପୂରଣ ଦାବି କରିଥିଲେ। କୌଣସି ସମାଧାନ ନ ହେବାରୁ ରାତିତମାମ ସେଠାରେ ମୃତଦେହ ରଖି ପରିବାର ଲୋକେ ଓ ଗ୍ରାମବାସୀ ଧାରଣାରେ ବସିଥିଲେ। ଗୁରୁବାର ସିଂଲା ଥାନା ଆଇଆଇସି ପ୍ରଶାନ୍ତ କୁମାର ଜେନା, ଫାଣ୍ଡି ଅଧିକାରୀ ଡି.ଏନ. ସିଂ ପହଞ୍ଚତ୍ ଘଟଣାର ବୁଝାଶୁଝା କରିଥିଲେ। କ୍ଷତିପୂରଣ ବାବଦ ମୃତକଙ୍କ ପରିବାରକୁ ୧ଲକ୍ଷ ଟଙ୍କା ଦେବେ ବୋଲି ମାଲିକ ମୃତ୍ୟୁଞ୍ଜୟ ମହାନ୍ତି ପ୍ରତିଶ୍ରୁତି ଦେବା ପରେ ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ କରାଯାଇଥିଲା। ମୃତ ନୀଳକଣ୍ଠ ଦିନମଜୁରିଆ ଭାବେ ମୂଲ ଲାଗି ପରିବାର ପ୍ରତିପୋଷଣ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri