କ୍ଷମତା ହିସାବରେ ଋଣ ଦିଅନ୍ତୁ ବ୍ୟାଙ୍କ: ନିର୍ମଳା ସୀତାରାମନ

ନୂଆଦିଲ୍ଲୀ,୨୫-୧୧: ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଋଣ ଯୋଗାଣ ସମୟରେ ନିଜର କ୍ଷମତା ଏବଂ ଦୁର୍ବଳତା ଭଳି ପ୍ରସଙ୍ଗଗୁଡିକୁ ବିଚାର କରିବା ଆବଶ୍ୟକ ବୋଲି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର କହିଛନ୍ତି। ଚେନ୍ନାଇଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ, ବ୍ୟବସାୟ ସମ୍ପ୍ରସାରଣ କରିବା ବେଳେ ବ୍ୟାଙ୍କଗୁଡିକ ବିଭିନ୍ନ ଦିଗ ଉପରେ ବିଚାର କରିବାର ଆବଶ୍ୟକତା ରହିଛି। ବ୍ୟାଙ୍କଗୁଡିକ ସେମାନଙ୍କ ସ୍ଥିତି ନେଇ ଅନୁମାନ ଲଗାଇବା ପରେ ଧିରେ ଧିରେ ଋଣ ଯୋଗାଣ ଦ୍ୱାରା ନିଜର ବିକାଶ ସାଧନ କରିପାରିବେ। ସିଟି ୟୁନିୟନ ବ୍ୟାଙ୍କର ୧୧୬ତମ ସ୍ଥାପନ ଦିବସରେ ସେ କହିଛନ୍ତି, ଏବେ ବ୍ୟାଙ୍କଗୁଡିକ ଶୀଘ୍ର ଶାଖା ଖୋଲି ସାରା ଦେଶରେ ବିସ୍ତାର ହୋଇ ପାରିବେ ତାହା ଭାବୁଛନ୍ତି। ନିଜ ପରିଚାଳନା କ୍ଷମତାଠାରୁ ଅଧିକ ବିସ୍ତାର ବ୍ୟାଙ୍କଗୁଡିକ ଲାଗି କ୍ଷତିକାରକ ହେଉଛି। ବିଭିନ୍ନ କାରଣ ଯୋଗୁ ବ୍ୟାଙ୍କ ଶବ୍ଦ ଉପରେ ଲୋକମାନଙ୍କର ସନ୍ଦେହ ଉପୁଜିଛି। ଜଣେ କର୍ମଚାରୀଙ୍କର ଭୂଲ କାମ ସମ୍ପୂର୍ଣ୍ଣ ବ୍ୟାଙ୍କଉପରେ ପ୍ରଶ୍ନବାଚୀ ସୃଷ୍ଟି କରିପାରେ ବୋଲି ସୀତାରାମନ ମତ ରଖିଛନ୍ତି। ବୃହତ୍ତ ଏନ୍‌ପିଏ କାରଣରୁ ବ୍ୟାଙ୍କ କ୍ଷତି ସହିଛନ୍ତି। ବ୍ୟାଙ୍କିଙ୍ଗ ଶିଳ୍ପରେ ଏମିତି ଅନେକ ଘଟଣା ଘଟିଛି ଯାହା ଦୃଶ୍ୟପଟକୁ ବଦନାମ କରିଛି। ଏନ୍‌ପିଏ ସମସ୍ୟା ଯୋଗୁ ବ୍ୟାଙ୍କ ଅଧିକ ଋଣ ଦେବାକୁ ସକ୍ଷମ ହୋଇ ପାରୁ ନାହାନ୍ତି। ସରକାର ଅଗଷ୍ଟରେ ୧୦ ବ୍ୟାଙ୍କକୁ ମିଶାଇ ୪ ବଡ ବ୍ୟାଙ୍କଗଠନ ନେଇ ଯୋଜନା ରଖିଛନ୍ତି। ଏହା ହେଲେ ବ୍ୟାଙ୍କଗୁଡିକ ଋଣ ଯୋଗାଣ କରିବାକୁ ସକ୍ଷମ ହେବେ ବୋଲି ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri